୨୪ରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ବିଲ୍ଡିଂ ଲୋକାର୍ପଣ

ସାକ୍ଷୀଗୋପାଳ,୨୨।୧(ପ୍ରଶାନ୍ତ ବାରିକ୍‌/କିଶୋର ମହାପାତ୍ର): ପୁରୀ ଜିଲା ସତ୍ୟବାଦୀରେ ରାଜ୍ୟ ସରକାରଙ୍କ ନିର୍ମାଣାଧୀନ ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂତନ ବିଲ୍ଡିଂକୁ ଆସନ୍ତା ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ(ଭିସି) ମାଧ୍ୟମରେ ଲୋକାର୍ପଣ କରିବେ। ନିର୍ମାଣାଧୀନ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଏକ ପ୍ରଶାସନିକ କୋଠା, ୧୮୦ ବିଦ୍ୟାର୍ଥୀଙ୍କ ନିମନ୍ତେ ଶ୍ରେଣୀଗୃହ, ପାଠାଗାର, ବିଦ୍ୟାର୍ଥୀଙ୍କ ୨ଟି ଛାତ୍ରାବାସ, ଭୋଜନାଳୟ ଓ ରାଧାକୁଣ୍ଡ ପୋଖରୀର ଉନ୍ନତୀକରଣ ତଥା ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ରହିଛି।
ପ୍ରକାଶଥାଉକି, ଓଡ଼ିଆ ବିଶ୍ୱବିଦ୍ୟାଳୟର ନିର୍ମାଣ ନିମନ୍ତେ ୨୦୨୧ ଡିସେମ୍ବର ୮ରେ ମୁଖ୍ୟମନ୍ତ୍ରୀ ସତ୍ୟବାଦୀର ବକୁଳବନଠାରେ ଏକ ବକୁଳ ଗଛ ଲଗାଇବା ସହ ଏହାର ଭିତିପ୍ରସ୍ତର ସ୍ଥାପନ କରିଥିଲେ। ପରେ ବକୁଳବନଠାରେ ପୂର୍ତ୍ତ ବିଭାଗ ପକ୍ଷରୁ ଏକ ସାଇନ୍‌ ବୋର୍ଡ ଲଗାଯିବା ପରେ ଓବିସିସି ଉକ୍ତ ନିର୍ମାଣ କାର୍ଯ୍ୟ ହାତକୁ ନେଇ ଭୁବନେଶ୍ୱରର ଅଚାର୍ଯ୍ୟ ବ୍ରଦର୍ଶ କନ୍‌ଷ୍ଟ୍ରକଶନ ଲିମିଟେଡ୍‌କୁ ନିର୍ମାଣ କାର୍ଯ୍ୟ ପାଇଁ ହସ୍ତାନ୍ତର କରିଥିଲା। ପ୍ରଥମେ ସୂଚନା ଅନୁଯାୟୀ, ଗତବର୍ଷ ଅଗଷ୍ଟ ୩୧ରେ ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସରିବ ବୋଲି କୁହାଯାଇଥିଲା। ହେଲେ ନିର୍ମାଣ କାର୍ଯ୍ୟ ନ ସରିବାରୁ ଏହାର ଅବଧି ପୁନର୍ବାର ବୃଦ୍ଧି କରାଗଲା। ଏପଟେ ସରକାର ଗତବର୍ଷ ସେପ୍ଟେମ୍ବର ୫ ଗୁରୁ ଦିବସ ଅବସରରେ ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ନ ସରିଥିବାରୁ ସାକ୍ଷୀଗୋପାଳ ପାନ୍ଥଶାଳାକୁ ଉଚ୍ଚ ଶିକ୍ଷା ବିଭାଗ ଭଡ଼ାସୂତ୍ରରେ ନେଇ ପ୍ରଥମ ପର୍ଯ୍ୟାୟରେ ପ୍ରାରମ୍ଭିକ ସ୍ନାତକୋତ୍ତର ପାଠ୍ୟଦାନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ବିଶ୍ୱବିଦ୍ୟାଳୟରେ ୩ଟି ବିଭାଗରେ ୨୪ ଲେଖାଏଁ ସମୁଦାୟ ୭୨ଜଣ ବିଦ୍ୟାର୍ଥୀ ଅଧ୍ୟୟନ କରୁଛନ୍ତି। ବିଦ୍ୟାର୍ଥୀମାନେ ଏଠାରେ ପଢିବା ସହ ସ୍ଥାନୀୟ ସାକ୍ଷୀଗୋପାଳ କଲେଜ ହଷ୍ଟେଲରେ ରହୁଛନ୍ତି। ବିଶ୍ୱବିଦ୍ୟାଳୟରେ ଭିସି ପଦବୀ ବିଭାଗ ପୂରଣ ହୋଇଥିଲେ ମଧ୍ୟ ରେଜିଷ୍ଟ୍ରର, ଅଧ୍ୟକ୍ଷ, ପ୍ରଫେସର ଓ ଅଫିସ କର୍ମଚାରୀ ଡେପୁଟେଶନରେ କାର୍ଯ୍ୟ ସମ୍ପାଦନ କରୁଛନ୍ତି। ଏ ସମ୍ପର୍କରେ ସତ୍ୟବାଦୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନିଲ ପଣ୍ଡା କହିଛନ୍ତି, ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପଣ୍ଡିଆନ ଓ ସତ୍ୟବାଦୀ ବିଧାୟକଙ୍କୁ କୃତଜ୍ଞତା ଦେବା ସହ ପଞ୍ଚସଖାଙ୍କ ପ୍ରତି ଏହା ରାଜ୍ୟ ସରକାରଙ୍କ ଏକ ସମ୍ମାନ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri