ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଓଜିଏସ୍‌ର ଉଦ୍‌ଘାଟନ

ଭୁବନେଶ୍ୱର,୧୭।୧୦: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଓଡିଏମ୍‌ ଗ୍ରୁପ୍‌ର ନବନିର୍ମିତ ଓଡିଏମ୍‌ ଗ୍ଲୋବାଲ ସ୍କୁଲ (ଓଜିଏସ୍‌)ର ଆନୁଷ୍ଠାନିକ ଉଦ୍‌ଘାଟନ ହୋଇଯାଇଛି। ଶନିବାର ଅପରାହ୍ନ ୫ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ‘ଓଡିଏମ୍‌ ଗ୍ଲୋବାଲ ସ୍କୁଲ’ର ଉଦ୍‌ଘାଟନ କରିଥିଲେ। ସେହିଭଳି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଷ୍ଟେଟ୍‌-ଅଫ୍‌-ଦି-ଆଟର୍‌ସ କମ୍ପ୍ଲେକ୍ସ ବିଦ୍ୟାଳୟ ପରିସରରେ ଉଦ୍‌ଘାଟନ କରିବା ସହ ରୋହିତ୍‌ ଶର୍ମାଙ୍କ କ୍ରିକେଟ୍‌ ଏକାଡେମୀ ଏବଂ ଶଙ୍କର ମହାଦେବନଙ୍କ ମ୍ୟୁଜିକ୍‌ ଏକାଡେମୀର ମଧ୍ୟ ଉଦ୍‌ଘାଟନ କରିଥିଲେ।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବନିର୍ମିତ ଓଜିଏସ୍‌ର ଶିକ୍ଷା କ୍ଷେତ୍ରରେ ରହିଥିବା ସୁନାମ ସହ ତା’ର ଉତ୍ତରୋତ୍ତର ଉନ୍ନତି କାମନା ସହ ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହ ଶିକ୍ଷାକ୍ଷେତ୍ରରେ କିଭଳି ସଫଳତାର ଶୀର୍ଷରେ ପହଞ୍ଚତ୍ପାରିଛି ସେ ସମ୍ପର୍କରେ ଆଲୋକପାତ କରିଥିଲେ। ପରିଶେଷରେ ସ୍କୁଲର ସମସ୍ତ ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ମୁଖ୍ୟମନ୍ତ୍ରୀ ଡ. ମୀନକେତନଙ୍କ ସମେତ ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ସମସ୍ତ କର୍ମକର୍ତ୍ତାଙ୍କୁ ପ୍ରଶଂସା କରିଥିଲେ।

ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନ ଅଧ୍ୟକ୍ଷତା ଅଭିଭାଷଣ ଦେଇ କହିଥିଲେ, ମୁଖ୍ୟମନ୍ତ୍ରୀ ନିଜର ବହୁମୂଲ୍ୟ ସମୟ ଦେଇଥିବାରୁ ଆମେ କୃତଜ୍ଞତା ଜ୍ଞାପନ କରିବା ସହ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଓଡିଏମ୍‌ ଗ୍ଲୋବାଲ ସ୍କୁଲ କିପରି ସୁଦୂରପ୍ରସାରୀ ତଥା ଜନପ୍ରିୟ ହୋଇପାରିବ ବୋଲି ସେ ବିଷୟରେ ମଧ୍ୟ ଯୋଜନା ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ସେ ମତବ୍ୟକ୍ତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ଅର୍ଥ ଓ ପ୍ରଶାସନ ନିର୍ଦ୍ଦେଶିକା ତଥା ପ୍ରବନ୍ଧିକା ଇନ୍ଦୁମତୀ ରାୟ ଏବଂ ସିଓଓ ସ୍ବୟନ୍‌ ସତ୍ୟେନ୍ଦୁ ଓ ଓଡିଏମ୍‌ ଗ୍ଲୋବାଲ ସ୍କୁଲର ଅଧ୍ୟକ୍ଷା ଶଳେନ୍ଦ୍ର କୁମାରୀଙ୍କ ସମେତ ଅନ୍ୟ ସମସ୍ତ କର୍ମଚାରୀ, ଛାତ୍ରୀଛାତ୍ର, ଅଭିଭାବକ, ଶିକ୍ଷକ-ଶିକ୍ଷୟିତ୍ରୀ ତଥା ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ମଧ୍ୟ ଉପସ୍ଥିତ ଥିଲେ। ଏକ ଭବ୍ୟ ସମାରୋହ ଓ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ସ୍କୁଲର ଶୁଭାରମ୍ଭ ସାଙ୍ଗକୁ ଲୋକାର୍ପିତ ଉତ୍ସବ ଆଡମ୍ବର ସହକାରେ ପାଳିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri