ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଓଜିଏସ୍‌ର ଉଦ୍‌ଘାଟନ

ଭୁବନେଶ୍ୱର,୧୭।୧୦: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଓଡିଏମ୍‌ ଗ୍ରୁପ୍‌ର ନବନିର୍ମିତ ଓଡିଏମ୍‌ ଗ୍ଲୋବାଲ ସ୍କୁଲ (ଓଜିଏସ୍‌)ର ଆନୁଷ୍ଠାନିକ ଉଦ୍‌ଘାଟନ ହୋଇଯାଇଛି। ଶନିବାର ଅପରାହ୍ନ ୫ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ‘ଓଡିଏମ୍‌ ଗ୍ଲୋବାଲ ସ୍କୁଲ’ର ଉଦ୍‌ଘାଟନ କରିଥିଲେ। ସେହିଭଳି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଷ୍ଟେଟ୍‌-ଅଫ୍‌-ଦି-ଆଟର୍‌ସ କମ୍ପ୍ଲେକ୍ସ ବିଦ୍ୟାଳୟ ପରିସରରେ ଉଦ୍‌ଘାଟନ କରିବା ସହ ରୋହିତ୍‌ ଶର୍ମାଙ୍କ କ୍ରିକେଟ୍‌ ଏକାଡେମୀ ଏବଂ ଶଙ୍କର ମହାଦେବନଙ୍କ ମ୍ୟୁଜିକ୍‌ ଏକାଡେମୀର ମଧ୍ୟ ଉଦ୍‌ଘାଟନ କରିଥିଲେ।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବନିର୍ମିତ ଓଜିଏସ୍‌ର ଶିକ୍ଷା କ୍ଷେତ୍ରରେ ରହିଥିବା ସୁନାମ ସହ ତା’ର ଉତ୍ତରୋତ୍ତର ଉନ୍ନତି କାମନା ସହ ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହ ଶିକ୍ଷାକ୍ଷେତ୍ରରେ କିଭଳି ସଫଳତାର ଶୀର୍ଷରେ ପହଞ୍ଚତ୍ପାରିଛି ସେ ସମ୍ପର୍କରେ ଆଲୋକପାତ କରିଥିଲେ। ପରିଶେଷରେ ସ୍କୁଲର ସମସ୍ତ ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ମୁଖ୍ୟମନ୍ତ୍ରୀ ଡ. ମୀନକେତନଙ୍କ ସମେତ ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ସମସ୍ତ କର୍ମକର୍ତ୍ତାଙ୍କୁ ପ୍ରଶଂସା କରିଥିଲେ।

ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନ ଅଧ୍ୟକ୍ଷତା ଅଭିଭାଷଣ ଦେଇ କହିଥିଲେ, ମୁଖ୍ୟମନ୍ତ୍ରୀ ନିଜର ବହୁମୂଲ୍ୟ ସମୟ ଦେଇଥିବାରୁ ଆମେ କୃତଜ୍ଞତା ଜ୍ଞାପନ କରିବା ସହ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଓଡିଏମ୍‌ ଗ୍ଲୋବାଲ ସ୍କୁଲ କିପରି ସୁଦୂରପ୍ରସାରୀ ତଥା ଜନପ୍ରିୟ ହୋଇପାରିବ ବୋଲି ସେ ବିଷୟରେ ମଧ୍ୟ ଯୋଜନା ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ସେ ମତବ୍ୟକ୍ତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ଅର୍ଥ ଓ ପ୍ରଶାସନ ନିର୍ଦ୍ଦେଶିକା ତଥା ପ୍ରବନ୍ଧିକା ଇନ୍ଦୁମତୀ ରାୟ ଏବଂ ସିଓଓ ସ୍ବୟନ୍‌ ସତ୍ୟେନ୍ଦୁ ଓ ଓଡିଏମ୍‌ ଗ୍ଲୋବାଲ ସ୍କୁଲର ଅଧ୍ୟକ୍ଷା ଶଳେନ୍ଦ୍ର କୁମାରୀଙ୍କ ସମେତ ଅନ୍ୟ ସମସ୍ତ କର୍ମଚାରୀ, ଛାତ୍ରୀଛାତ୍ର, ଅଭିଭାବକ, ଶିକ୍ଷକ-ଶିକ୍ଷୟିତ୍ରୀ ତଥା ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ମଧ୍ୟ ଉପସ୍ଥିତ ଥିଲେ। ଏକ ଭବ୍ୟ ସମାରୋହ ଓ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ସ୍କୁଲର ଶୁଭାରମ୍ଭ ସାଙ୍ଗକୁ ଲୋକାର୍ପିତ ଉତ୍ସବ ଆଡମ୍ବର ସହକାରେ ପାଳିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?