ରାମ୍‌କୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍‌ ଶୁଭାରମ୍ଭ: ଭିସିରେ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଧର୍ମଶାଳା,୯।୧୦ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ହରିଦାସପୁରଠାରେ ନିର୍ମିତ ରାମ୍‌କୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍‌ ଗୁରୁବାର ଅପରାହ୍ନରେ ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ (ଭିସି) ମାଧ୍ୟମରେ ଏହାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଅତିଥି ଭାବେ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଶିଳ୍ପ ବିଭାଗ ସଚିବ ହେମନ୍ତ ଶର୍ମା ଯୋଗଦେଇ ବକ୍ତବ୍ୟ ରଖିଥିଲେ। ରାମ୍‌କୋ ସିମେଣ୍ଟ ଅଧ୍ୟକ୍ଷ ପି.ଆର୍‌. ଭେଙ୍କଟ ରାମାରାଜା ପ୍ରାରମ୍ଭିକ ସୂଚନା ଦେଇ କହିଥିଲେ ଯେ, ଏହି କାରଖାନାରୁ ବାର୍ଷିକ ୦.୯ ମିଲିୟନ ଓ ଦୈନିକ ୩ ହଜାର ପ୍ୟାକେଟ ସିମେଣ୍ଟ ଉପତ୍ାଦନ କରାଯାଇପାରିବ। ଇଡ୍‌କୋ ଅଧ୍ୟକ୍ଷ ସଞ୍ଜୟ କୁମାର ସିଂ ଧନ୍ୟବାଦ ଅର୍ପଣ କରିଥିଲେ।
ଏହି ପରିପ୍ରେକ୍ଷୀରେ କାରଖାନା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ, ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଅତିଥି ଭାବେ ଯୋଗଦେଇ ଫଳକ ଅନାବରଣ କରିଥିଲେ। କାରଖାନା କର୍ତ୍ତୃପକ୍ଷଙ୍କ ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ମେକ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମ ଯୋଗେ ୨୦୧୭ ନଭେମ୍ବରରେ କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ୭୧୫କୋଟି ଟଙ୍କା ବ୍ୟୟ ଅଟକଳରେ ଏହି କାରଖାନା ନିର୍ମାଣ କରାଯାଇଛି। ଏଥିରେ ୧୫ଶହ ଶ୍ରମିକ ନିୟୋଜିତ ହୋଇଛନ୍ତି। ନିଯୁକ୍ତ ୧୫୦ କୁଶଳୀ କର୍ମଚାରୀଙ୍କ ମଧ୍ୟରୁ ୯୦ଭାଗ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି। ଏହାଛଡ଼ା ଏବେ ସୁଦ୍ଧା ୪କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ସ୍ଥାନୀୟ ଅଞ୍ଚଳରେ ଉନ୍ନୟନମୂଳକ କାର୍ଯ୍ୟ ଯଥା ସ୍ବାସ୍ଥ୍ୟସେବା, ଶିକ୍ଷା, ବିଶୁଦ୍ଧ ପାନୀୟ ଜଳ, ଗ୍ରାମ୍ୟ ଆଲୋକୀକରଣ, ଖେଳ ପଡ଼ିଆ, କ୍ରୀଡ଼ା ପ୍ରତିଯୋଗିତା, ମନ୍ଦିର ମରାମତି, ସ୍କୁଲ, କଲେଜ ଓ ସରକାରୀ କାଯର୍‌ୟାଳୟରେ ଆକ୍ୱାଗାର୍ଡ ଯୋଗାଣ କରାଯାଇଛି। ଏଥିସହ ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌ ହସ୍ପିଟାଲ ନିର୍ମାଣ ପାଇଁ କମ୍ପାନୀ ପକ୍ଷରୁ ୨କୋଟି ଟଙ୍କା ସହାୟତା ଯୋଗାଇ ଦିଆଯାଇଛି। ଆଗାମୀ ଦିନରେ ବୈଷୟିକ ତାଲିମପ୍ରାପ୍ତ ଯୁବକମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି କମ୍ପାନୀ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର, ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ, ରାମ୍‌କୋ ଆଡିଶନାଲ ଭାଇସ୍‌ ପ୍ରେସିଡେଣ୍ଟ ଅଜିତ ପାଲ୍‌, ଡିଜିଏମ ପ୍ରଭାତ କୁମାର ସାହୁ, ପ୍ରତୀକ ରୟ, ସର୍ବେଶ୍ୱର ମହାପାତ୍ର, ପିଆର୍‌ଓ ପ୍ରଦୀପ କୁମାର ସିଂ, ଏଜିଏମ୍‌ ସୁଧାଂଶୁ ମିଶ୍ର, ଅତିରିକ୍ତ ତହସିଲଦାର ଦେବୀ ପ୍ରସାଦ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri