ରାମ୍‌କୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍‌ ଶୁଭାରମ୍ଭ: ଭିସିରେ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଧର୍ମଶାଳା,୯।୧୦ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ହରିଦାସପୁରଠାରେ ନିର୍ମିତ ରାମ୍‌କୋ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍‌ ଗୁରୁବାର ଅପରାହ୍ନରେ ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ (ଭିସି) ମାଧ୍ୟମରେ ଏହାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଅତିଥି ଭାବେ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଶିଳ୍ପ ବିଭାଗ ସଚିବ ହେମନ୍ତ ଶର୍ମା ଯୋଗଦେଇ ବକ୍ତବ୍ୟ ରଖିଥିଲେ। ରାମ୍‌କୋ ସିମେଣ୍ଟ ଅଧ୍ୟକ୍ଷ ପି.ଆର୍‌. ଭେଙ୍କଟ ରାମାରାଜା ପ୍ରାରମ୍ଭିକ ସୂଚନା ଦେଇ କହିଥିଲେ ଯେ, ଏହି କାରଖାନାରୁ ବାର୍ଷିକ ୦.୯ ମିଲିୟନ ଓ ଦୈନିକ ୩ ହଜାର ପ୍ୟାକେଟ ସିମେଣ୍ଟ ଉପତ୍ାଦନ କରାଯାଇପାରିବ। ଇଡ୍‌କୋ ଅଧ୍ୟକ୍ଷ ସଞ୍ଜୟ କୁମାର ସିଂ ଧନ୍ୟବାଦ ଅର୍ପଣ କରିଥିଲେ।
ଏହି ପରିପ୍ରେକ୍ଷୀରେ କାରଖାନା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ, ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଅତିଥି ଭାବେ ଯୋଗଦେଇ ଫଳକ ଅନାବରଣ କରିଥିଲେ। କାରଖାନା କର୍ତ୍ତୃପକ୍ଷଙ୍କ ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ମେକ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମ ଯୋଗେ ୨୦୧୭ ନଭେମ୍ବରରେ କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ୭୧୫କୋଟି ଟଙ୍କା ବ୍ୟୟ ଅଟକଳରେ ଏହି କାରଖାନା ନିର୍ମାଣ କରାଯାଇଛି। ଏଥିରେ ୧୫ଶହ ଶ୍ରମିକ ନିୟୋଜିତ ହୋଇଛନ୍ତି। ନିଯୁକ୍ତ ୧୫୦ କୁଶଳୀ କର୍ମଚାରୀଙ୍କ ମଧ୍ୟରୁ ୯୦ଭାଗ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି। ଏହାଛଡ଼ା ଏବେ ସୁଦ୍ଧା ୪କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ସ୍ଥାନୀୟ ଅଞ୍ଚଳରେ ଉନ୍ନୟନମୂଳକ କାର୍ଯ୍ୟ ଯଥା ସ୍ବାସ୍ଥ୍ୟସେବା, ଶିକ୍ଷା, ବିଶୁଦ୍ଧ ପାନୀୟ ଜଳ, ଗ୍ରାମ୍ୟ ଆଲୋକୀକରଣ, ଖେଳ ପଡ଼ିଆ, କ୍ରୀଡ଼ା ପ୍ରତିଯୋଗିତା, ମନ୍ଦିର ମରାମତି, ସ୍କୁଲ, କଲେଜ ଓ ସରକାରୀ କାଯର୍‌ୟାଳୟରେ ଆକ୍ୱାଗାର୍ଡ ଯୋଗାଣ କରାଯାଇଛି। ଏଥିସହ ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌ ହସ୍ପିଟାଲ ନିର୍ମାଣ ପାଇଁ କମ୍ପାନୀ ପକ୍ଷରୁ ୨କୋଟି ଟଙ୍କା ସହାୟତା ଯୋଗାଇ ଦିଆଯାଇଛି। ଆଗାମୀ ଦିନରେ ବୈଷୟିକ ତାଲିମପ୍ରାପ୍ତ ଯୁବକମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି କମ୍ପାନୀ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର, ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ, ରାମ୍‌କୋ ଆଡିଶନାଲ ଭାଇସ୍‌ ପ୍ରେସିଡେଣ୍ଟ ଅଜିତ ପାଲ୍‌, ଡିଜିଏମ ପ୍ରଭାତ କୁମାର ସାହୁ, ପ୍ରତୀକ ରୟ, ସର୍ବେଶ୍ୱର ମହାପାତ୍ର, ପିଆର୍‌ଓ ପ୍ରଦୀପ କୁମାର ସିଂ, ଏଜିଏମ୍‌ ସୁଧାଂଶୁ ମିଶ୍ର, ଅତିରିକ୍ତ ତହସିଲଦାର ଦେବୀ ପ୍ରସାଦ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

ଟିକେଟ ଆଶା କରିଥିଲି, ମତେ ବି ଦୁଃଖ ଲାଗୁଛି

ଜଗତ୍‌ସିଂହପୁର, ୨୦ା୪(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଲା ପରେ ଟିକେଟ ନ ପାଇ ସବୁଠାରୁ ଦୁଃଖରେ...

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri