ଅର୍ଥକରୀ ଫସଲ ପାଇଁ ମିଳିବ ପ୍ରୋତ୍ସାହନ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): କୃଷକମାନଙ୍କ ଆୟବୃଦ୍ଧି ନିମନ୍ତେ ଅଧିକ ଅର୍ଥକରୀ ଫସଲ ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇ ଆସିଛନ୍ତି। ରାଜ୍ୟ କ୍ୟାବିନେଟ୍‌ ଫସଲ ବିବିଧୀକରଣ କାର୍ଯ୍ୟକ୍ରମକୁ ଅନୁମୋଦନ କରିଛିି। ଏଥିରେ ରାଜ୍ୟର ସମସ୍ତ ୩୦ ଜିଲାରେ ମେଗା ଉଠା ଜଳସେଚନ ପ୍ରକଳ୍ପର ଆୟକଟ ଅଞ୍ଚଳରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହି ପରିପ୍ରେକ୍ଷୀରେ ଫସଲ ବିବିଧୀକରଣକୁ ପରବର୍ତ୍ତୀ ପର୍ଯ୍ୟାୟକୁ ଉନ୍ନୀତ କରିବା ସମ୍ପର୍କରେ ଏକ ବୈଷୟିକ ଉପସ୍ଥାପନା ମଙ୍ଗଳବାର ଲୋକସେବା ଭବନଠାରେ ଅନୁଷ୍ଠିତ ବରିଷ୍ଠ ଅଧିକାରୀଙ୍କ ସମ୍ମିଳନୀରେ କରାଯାଇଥିଲା। ଏଥିରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ, କଳାହାଣ୍ଡି ଜିଲାପାଳ ଅନ୍ବେଷା ରେଡ୍ଡୀ ଏବଂ ବାଲେଶ୍ୱର ଜିଲାପାଳ ଦତ୍ତାତ୍ରେୟ ଶିନ୍ଦେ ଅଂଶଗ୍ରହଣ କରିଥିଲେ। ପଣସ, ଛତୁ, ଫୁଲଚାଷ, ମସଲା ଚାଷ ଇତ୍ୟାଦିକୁ ପ୍ରୋତ୍ସାହିତ କରିବା ପାଇଁ ମିଶନ ମୋଡ୍‌ ପଦ୍ଧତି ଗ୍ରହଣ କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ଆସନ୍ତା ୬ ବର୍ଷ ପାଇଁ ମିଲେଟ୍‌ ଚାଷର ପ୍ରୋତ୍ସାହନ ନିମନ୍ତେ ୨୮୦୮ କୋଟି ଟଙ୍କା ବ୍ୟୟ କରାଯିବ। ଆସନ୍ତା ୫ରୁ ୭ ବର୍ଷ ମଧ୍ୟରେ ମେଗା ଉଠାଜଳସେଚନ ପ୍ରକଳ୍ପ ଏବଂ ବୃଷ୍ଟିପୁଷ୍ଟ ଅଞ୍ଚଳରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ୨୭ ଲକ୍ଷ ହେକ୍ଟରରୁ ଊର୍ଦ୍ଧ୍ୱ ଜମିରେ ଡାଲିଜାତୀୟ ଫସଲ, ୧୫ ଲକ୍ଷ ହେକ୍ଟରରୁ ଊର୍ଦ୍ଧ୍ୱ ଜମିରେ ତୈଳବୀଜ, ୬.୫ ଲକ୍ଷ ହେକ୍ଟରରୁ ଊର୍ଦ୍ଧ୍ୱ ଜମିରେ ମିଲେଟ, ୦.୬୨ ଲକ୍ଷ ହେକ୍ଟର ଜମିରେ ଉଦ୍ୟାନ କୃଷି, ୦.୪୪ ଲକ୍ଷ ହେକ୍ଟର ଜମିରେ ପନିପରିବା, ୦.୨୮ ଲକ୍ଷ ହେକ୍ଟର ଜମିରେ ମସଲା ଚାଷ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ବୈଷୟିକ ଅଧିବେଶନରେ କୃଷି ନୀତିର ବିକାଶ ପ୍ରକ୍ରିୟା, ସଫଳତା, ଆହ୍ବାନ ଏବଂ ଏହାର ଭବିଷ୍ୟତର ସମ୍ଭାବନା ଉପରେ ପ୍ରମୁଖତା ପ୍ରଦାନ କରାଯାଇଥିଲା। ସବୁଜ ବିପ୍ଳବ ଦ୍ୱାରା ଯଦିଓ କୃଷିକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରାଯାଇଥିଲା, କିନ୍ତୁ ଏହାର ନକାରାତ୍ମକ ପ୍ରଭାବ ଯୋଗୁ ଚାଷଜମିରେ ଅବନତି, ଭୂତଳ ଜଳ ହ୍ରାସ, ମୃତ୍ତିକାର ଉର୍ବରତା ହ୍ରାସ ଏବଂ ଜୈବବିବିଧତା ହ୍ରାସ ପାଉଛି। ଏହା ଦ୍ୱାରା ଫସଲର ଜଳବାୟୁ ପରିବର୍ତ୍ତନ ପ୍ରଭାବକୁ ପ୍ରତିରୋଧ କରିବା କ୍ଷମତା ହ୍ରାସପାଉଛି। କ୍ରମାଗତ ହ୍ରାସ ପାଉଥିବା ପ୍ରାକୃତିକ ସମ୍ପଦ ପୁଷ୍ଟିହୀନତା ସମସ୍ୟାକୁ ଜଟିଳ କରିଛି। ଉପରୋକ୍ତ ସମସ୍ୟାକୁ ପ୍ରତିହତ କରିବା ପାଇଁ ବୈଠକରେ ବିଭିନ୍ନ ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିଲା। ବିଭିନ୍ନ ଫସଲ ଚାଷ, ଶସ୍ୟକ୍ଷେତ୍ରର ପରିବର୍ତ୍ତନ ଆଦି ରଣନୀତି ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ରାଜ୍ୟର ନିଜର ଚାଉଳ ଚାହିଦା ପୂରଣ କରିବା ପରେ ୪୦ ଲକ୍ଷ ଟନ୍‌ରୁ ଊର୍ଦ୍ଧ୍ୱ ଚାଉଳ ବଳକା ରହୁଛି। ଓଡ଼ିଶାରେ ଫସଲର ବିବିଧୀକରଣ କରି ଡାଲି, ତୈଳବୀଜ, ମିଲେଟସ୍‌, ଉଦ୍ୟାନ କୃଷି ଓ ବୃକ୍ଷରୋପଣ ଆଦି କରାଯିବାର ପର୍ଯ୍ୟାପ୍ତ ସୁଯୋଗ ରହିଛି। ଓଡ଼ିଶା ମିଲେଟସ୍‌ ମିଶନର ସଫଳତା ଅଭିଜ୍ଞତାକୁ ଆଧାର କରି କୃଷକମାନଙ୍କ ଲକ୍ଷ୍ୟର ମୂଲ୍ୟାୟନ ଏବଂ ଫସଲ ବିବିଧୀକରଣ ନିମନ୍ତେ ଏକ ରଣନୀତି ପ୍ରସ୍ତୁତ କରାଯାଇଛି। ଆଗାମୀ ୫ରୁ ୭ ବର୍ଷ ମଧ୍ୟରେ ଓଡ଼ିଶା ତୈଳବୀଜ ବ୍ୟତୀତ ଅନ୍ୟ ସମସ୍ତ ଦ୍ରବ୍ୟ ଉତ୍ପାଦନରେ ବଳକା ରାଜ୍ୟ ହୋଇପାରିବ ବୋଲି କୃଷି ବିଭାଗ ଆଶା ପ୍ରକଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri