ଆତିଥ୍ୟ, ଆନୁଷଙ୍ଗିକ କ୍ଷେତ୍ରକୁ ମିଳିବ ପ୍ରୋତ୍ସାହନ

ନୂଆଦିଲ୍ଲୀ,୧୮।୮ (ପିଆଇବି): ଦେଶର ଅର୍ଥନୀତିକୁ ସବଳ କରିବା ପାଇଁ ପ୍ରମୁଖ କ୍ଷେତ୍ର ପ୍ରତି ସରକାର ବିଶେଷ ଦୃଷ୍ଟିଦେବା ସହ ଆବଶ୍ୟକ ସହଯୋଗ ଓ ସହାୟତା ଯୋଗାଇଦେବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଛି। କାରଣ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସ୍ବୀକାର୍ଯ୍ୟ ଗ୍ୟାରେଣ୍ଟି ସୀମା ବୃଦ୍ଧି ପାଇଁ ଜରୁରିକାଳୀନ କ୍ରେଡିଟ୍‌ ଲାଇନ୍‌ ଗ୍ୟାରେଣ୍ଟି ଯୋଜନା (ଇସିଏଲ୍‌ଜିଏସ୍‌)ର ପାଣ୍ଠି ବା କର୍ପସ୍‌ ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁର କରାଯାଇଛି। ଇସିଏଲ୍‌ଜିଏସ୍‌ର ସୀମାରେ ୫୦,୦୦୦କୋଟି ଟଙ୍କା ବୃଦ୍ଧି କରାଯାଇଛି। ଫଳରେ ଏହା ୪.୫ ଲକ୍ଷ କୋଟି ଟଙ୍କାରୁ ୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଅତିରିକ୍ତ ପରିମାଣର ପାଣ୍ଠିକୁ କେବଳ ଆତିଥ୍ୟ ଏବଂ ତତ୍‌ସଂକ୍ରାନ୍ତୀୟ କ୍ଷେତ୍ର ପାଇଁ ଆବଣ୍ଟନ କରାଯାଇଛି। କୋଭିଡ୍‌ ମହାମାରୀ କାରଣରୁ ଆତିଥ୍ୟ ବା ହସ୍ପିଟାଲିଟି ଏବଂ ଏହାର ଆନୁଷଙ୍ଗିକ କ୍ଷେତ୍ର ବିଶେଷ ଭାବେ ପ୍ରଭାବିତ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ଇସିଏଲ୍‌ଜିଏସ୍‌ ସୀମାରେ ବୃଦ୍ଧି ନିମନ୍ତେ ନିଷ୍ପତ୍ତି ନିଆଯାଇଛି। ଏହାର କାର୍ଯ୍ୟକାରିତା ଅନୁସୂଚୀ ଅନୁସାରେ ଇସିଏଲ୍‌ଜିଏସ୍‌ ଯୋଜନା ବର୍ତ୍ତମାନ ମଧ୍ୟ ଜାରି ରହିଛି।

୨୦୨୩ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଏହି ଯୋଜନାର ଅବଧି ରହିଛି। ଫଳରେ ସେହି ପର୍ଯ୍ୟନ୍ତ ଆତିଥ୍ୟ ଏବଂ ତତ୍‌ସଂକ୍ରାନ୍ତୀୟ ଉଦ୍ୟୋଗ ପାଇଁ ଏହି ଅତିରିକ୍ତ ୫୦ହଜାର କୋଟି ଟଙ୍କା ବିନିଯୋଗ ହେବ। ଏହାର ପ୍ରଭାବ ବିଶେଷକରି ହୋଟେଲ ଶିଳ୍ପ ଉପରେ ଦେଖିବାକୁ ମିଳିବ। ଇସିଏଲ୍‌ଜିଏସ୍‌୍‌ ଯୋଜନା ଏବେ ବି କାର୍ଯ୍ୟକାରୀ ହେଉଛି ଏବଂ କୋଭିଡ୍‌ ମହାମାରୀ କାରଣରୁ ଆତିଥ୍ୟ ବା ହସ୍ପିଟାଲିଟି ଏବଂ ଏହାର ଆନୁଷଙ୍ଗିକ କ୍ଷେତ୍ର ବିଶେଷ ଭାବେ ପ୍ରଭାବିତ ହୋଇଥିବାରୁ ଏହିସବୁ କ୍ଷେତ୍ରର ଉଦ୍ୟୋଗ ପାଇଁ ଅତିରିକ୍ତ ୫୦ ହଜାର କୋଟି ଟଙ୍କାର ଅର୍ଥ ଆବଣ୍ଟନ କରାଯାଇଛି।

କମ୍‌ ଖର୍ଚ୍ଚରେ ଏହି ଅତିରିକ୍ତ ପରିମାଣର ଅର୍ଥ ଋଣ ଆକାରରେ ଏସବୁ କ୍ଷେତ୍ରକୁ ଯୋଗାଇ ଦିଆଯିବ। ଫଳରେ ଏହି କ୍ଷେତ୍ରରେ ଅତି ଆବଶ୍ୟକ ସହାୟତା ପାଇପାରିବେ। ଏହାଦ୍ବାରା ଏସବୁ ବ୍ୟବସାୟିକ ଉଦ୍ୟୋଗ ସେମାନଙ୍କର ଅତିରିକ୍ତ ଦେୟ ପୂରଣ କରିପାରିବେ ଏବଂ ସେମାନଙ୍କ ବ୍ୟବସାୟ ଜାରି ରଖିବାକୁ ସକ୍ଷମ ହେବେ। ୫ ଅଗଷ୍ଟ ୨୦୨୨ ସୁଦ୍ଧା ଇସିଏଲ୍‌ଜିଏସ୍‌ ଯୋଜନା ଅଧୀନରେ ୩.୬୭ ଲକ୍ଷ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri