ଜଙ୍ଗଲ ଉପରେ ନିର୍ଭରଶୀଳତା କମାଇବାକୁ ପ୍ରୋତ୍ସାହନ

ସୁନ୍ଦରଗଡ଼,୨୪ା୨(ଡି.ଏନ.ଏ.): ଗାଁ ଗାଁରେ ଜଙ୍ଗଲ ଉପରେ ନିର୍ଭରଶୀଳତା କମାଇ ନୂତନ ଜଙ୍ଗଲ ସୃଷ୍ଟି କରିବା ତଥା ଲୋକଙ୍କୁ ବିକଳ୍ପ ରୋଜଗାରର ପନ୍ଥା ଯୋଗାଇବା ନିମନ୍ତେ ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ (ଓ.ଏଫ.ଏସ.ଡି.ପି.) ର ଦ୍ୱିତୀୟ ପର୍ଯ୍ୟାୟ ଉଜ୍ଜଲପୁର, ହେମଗିର, ଲେଫ୍ରିପଡା, ସୁନ୍ଦରଗଡ ଓ ବଡଗାଁ ବନାଞ୍ଚଳର ୧୫୬ଟି ବନ ସୁରକ୍ଷା ସମିତିରେ କାର୍ଯ୍ୟ କରୁଛି। ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟର ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ ହେଉଛି ଆନ୍ତଃ ବିଭାଗୀୟ ସଂଯୋଗୀକରଣ ମାଧ୍ୟମରେ ଜଙ୍ଗଲ ଉପରେ ନିର୍ଭରଶୀଳ ସମ୍ପ୍ରଦାୟ ପାଇଁ ଜୀବିକା ବିକଳ୍ପକୁ ମଜବୁତ କରିବା। ସୁନ୍ଦରଗଡ ବନଖଣ୍ଡରେ ଖଣ୍ଡୀୟ ଓ କ୍ଷେତ୍ର ପରିଚାଳନା ଏକକ ତଥା ସହଯୋଗୀ ଅନୁଷ୍ଠାନ ସେବକର କର୍ମକର୍ତ୍ତାଙ୍କ ନିରନ୍ତର ପ୍ରୟାସ ଯୋଗୁ ଗତ ପାଞ୍ଚ ବର୍ଷରେ ଏହି ୧୫୬ ବନ ସୁରକ୍ଷା ସମିତିରେ ୪୮ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅନୁଦାନ, ରୋଜଗାର, ଉପକରଣ ପ୍ରଦାନ ଆଦି ସୃଷ୍ଟି କରାଯାଇପାରିଛି। ଦାରିଦ୍ର୍ୟ ଦୂରୀକରଣ କାର୍ଯ୍ୟକ୍ରମ, ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ରୋଜଗାର ଭିତ୍ତିକ କାର୍ଯ୍ୟକ୍ରମ, ଜୀବିକା ପ୍ରୋତ୍ସାହନ କାର୍ଯ୍ୟକ୍ରମ, ଜଳପ୍ରବାହ, କୃଷି ବିକାଶ କାର୍ଯ୍ୟକ୍ରମ, ଉଦ୍ୟାନ କୃଷି ବିକାଶ କାର୍ଯ୍ୟକ୍ରମ, ପଶୁପାଳନ ବିକାଶ କାର୍ଯ୍ୟକ୍ରମ, ଜନସ୍ବାସ୍ଥ୍ୟ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ତଥା ଅନ୍ୟାନ୍ୟ ଅଧିକାର ସମ୍ବନ୍ଧୀୟ ଯୋଜନାକୁ ଗୋଷ୍ଠୀ ସ୍ତରରେ ସୁନିଶ୍ଚିତ କରିବା ପାଇଁ ସୁନ୍ଦରଗଡ ଖଣ୍ଡୀୟ ପରିଚାଳନା ଏକକ ତରଫରୁ ବ୍ୟାପକ ପ୍ରୟାସ କରାଯାଉଛି। ୧୫୬ଟି ବନ ସୁରକ୍ଷା ସମିତିର ୧୭୩୫୪ ପରିବାରର ସମୁଦାୟ ୭୨୭୧୨ ଜଣ ଏହି ଆନ୍ତଃ ବିଭାଗୀୟ ସଂଯୋଗୀକରଣରେ ସିଧାସଳଖ ଉପକୃତ ହୋଇଛନ୍ତି। ସୁନ୍ଦରଗଡ ଖଣ୍ଡୀୟ ପରିଚାଳନା ଏକକର ୫ଟି ଯାକ କ୍ଷେତ୍ର ପରିଚାଳନା ଏକକରେ ୩୫ ସରକାରୀ ଓ ବେସରକାରୀ ବିଭାଗର ୧୨୧ଟି ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଇବାରେ ସଫଳ ହୋଇଛି ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପର ଦିତୀୟ ପର୍ଯ୍ୟାୟ। ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ, ସମନ୍ବିତ ଆଦିବାସୀ ବିକାଶ ସଂସ୍ଥା, ଉଦ୍ୟାନ କୃଷି ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଉଠା ଜଳ ସେଚନ ବିଭାଗ, ପ୍ରାଣୀସମ୍ପଦ ବିକାଶ ବିଭାଗ, କୃଷି ବିଜ୍ଞାନ କେନ୍ଦ୍ର ଆଦି ବିଭାଗ ଓ ସଂସ୍ଥାର ସହାୟତାରେ ଏହି ସଫଳତା ହାସଲ କରିଛି ସୁନ୍ଦରଗଡ ଖଣ୍ଡୀୟ ପରିଚାଳନା ଏକକ। ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ତରଫରୁ ସୁନ୍ଦରଗଡ ବନଖଣ୍ଡ ଅଧିକାରୀ ପ୍ରଦୀପ ମିରାଶେ ଆଗାମୀ ଦିନରେ ଏହି ଆନ୍ତଃ ବିଭାଗୀୟ ସଂଯୋଗୀକରଣ ଦ୍ୱାରା ଗରିବ, ଆଦିବାସୀ ତଥା ଜଙ୍ଗଲ ଉପରେ ନିର୍ଭରଶୀଳ ଗ୍ରାମବାସୀ ଉପକୃତ ହେବା ସହ ସ୍ବାବଲମ୍ବୀ ହୋଇ ପାରିବେ ବୋଲି ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri