Posted inଜାତୀୟ

ଦିବ୍ରୁଗଡ଼ର ସିଆରପିଏଫ୍‌ କ୍ୟାମ୍ପରେ ପଶିଲା ବନ୍ୟା ପାଣି

ଦିବ୍ରୁଗଡ଼,୨।୭: ଦେଶର ଉତ୍ତର-ପୂର୍ବ ରାଜ୍ୟ ଆସାମରେ ଗତ କିଛି ଦିନରୁ ପ୍ରବଳ ବର୍ଷା ଯୋଗୁ ଅନେକ ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୨୬ଟି ଜିଲାରେ ୩୧.୫୪ ଲକ୍ଷରୁ ଅଧିକ ଲୋକ ବନ୍ୟା ପ୍ରଭାବିତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ବନ୍ୟା ଯୋଗୁ ୧୭୩ଜଣଙ୍କ ମୃତ୍ୟୁ ହୋଇଛି। ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସେନା ଏବଂ ପାରାମିଲିଟାରୀ ଫୋର୍ସ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଇତିମଧ୍ୟରେ ଲଗାତାର ବର୍ଷା ଯୋଗୁ ଆସାମର ଦିବ୍ରୁଗଡରେ ଥିବା ସିଆରପିଏଫ୍‌ କ୍ୟାମ୍ପରେ ବନ୍ୟାପାଣି ପଶିଯାଇଥିବା ଦେଖିବାକୁ ମିଳିଛି। ସୁଚନା ମୁତାବକ, ଗୁରୁବାର ରାତିରେ ଲଗାତାର ବର୍ଷା ଯୋଗୁ ଦିବ୍ରୁଗଡ ସହରର ୧୭୧ ବାଟାଲିୟନର ସିଆରପିଏଫ୍‌ ବ୍ୟାରେଜ ଏବଂ ବ୍ୟାଟାଲିୟନର କାର୍ଯ୍ୟାଳୟରେ ପାଣି ଭର୍ତ୍ତି ହୋଇଯାଇଥିଲା। ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ ହେତୁ ସମସ୍ତଙ୍କୁ ସତର୍କତା ଦୃଷ୍ଟିରୁ ଯବାନଙ୍କୁ ଶୁକ୍ରବାର କ୍ୟାମ୍ପ ଛାଡି ଅନ୍ୟତ୍ର ଯିବାକୁ ପଡ଼ିଛି ବୋଲି ସିଆରପିଏଫ୍‌ ୧୭୧ ବାଟାଲିଅନର ଇନ୍ସପେକ୍ଟର ଅରବିନ୍ଦ କୁମାର ତିୱାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri