ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ ଅବସ୍ଥାରେ ଧାନ ପେଟା ମାଟିରେ ଲୋଟି ପଡିବାରୁ ଭିଜିଯାଇଛି ବୋଲି ବନ୍ଦେର ପଞ୍ଚାୟତ ସଦର ଗାଁର ବିମଳ ସାହୁ, ଧନୁର୍ଦ୍ଧର ପ୍ରଧାନ, ଦେବାର୍ଚ୍ଚନ ପ୍ରଧାନ, ପଞ୍ଚାନନ ପ୍ରଧାନ, ଜିତୁ ନାଗ ପ୍ରମୁଖ ଚାଷୀ ଅଭିଯୋଗ କରିଛନ୍ତି। ଲାଠୋର ଅଞ୍ଚଳରେ ୧୨ଶହରୁ ଊର୍ଦ୍ଧ୍ୱ ଚାଷୀ ଚଳିତ ବର୍ଷ ପ୍ରାୟ ୨ହଜାର ହେକ୍ଟର ଜମିରେ ଧାନ ଓ ୧ ହଜାରରୁ ଊର୍ଦ୍ଧ୍ୱ ଜମିରେ କପା ଚାଷ କରିଛନ୍ତି। ସାମୁୁଦ୍ରିକ ଛଡ ମିଗ୍‌ଜୋମ୍‌ ପ୍ରଭାବରେ ବର୍ଷା ହେବାର ସୂଚନା ଥିଲେ ମଧ୍ୟ ଆନୁସାଙ୍ଗିକ ବ୍ୟବସ୍ଥାର ଅଭାବ ହେତୁ ଚାଷୀମାନେ ଧାନ ଏବଂ କପା ଫସଲକୁ ସୁରକ୍ଷିତ ରଖି ପାରି ନ ଥିଲେ। କେତେକ ଧାନ ଅମଳ କରି ଘରକୁ ଆଣି ଖଳାରେ ରଖିଛନ୍ତି। ଅନେକ କେତେକ ଧାନ କାଟି କ୍ଷେତରେ ପକାଇଛନ୍ତି ବା କାଟି ନାହାନ୍ତି। ମଙ୍ଗଳବାର ସନ୍ଧ୍ୟାରୁ ଲଗାଣ ବର୍ଷା ପବନ ଯୋଗୁ ଧାନ ଏବେ ଗଜା ହୋଇଯିବାର ଆଶଙ୍କା ସୃଷ୍ଟି ହୋଇଛି। ସେହିପରି ଅମଳ ହେବାକୁ ଥିବା କପା ସବୁ ଭିଜି ଯାଇଛି। ଧାର କରଜ କରି ଫସଲ ଉଠିଆ କରିଥିବା ଚାଷୀ ଏବେ ଫସଲହାନୀ ଆଶଙ୍କା କରି ଚିନ୍ତାରେ ରହିଛନ୍ତି। କ୍ଷୟକ୍ଷତି ଆକଳନ କରି ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଜିଲା କୃଷକ ମହାସଂଘ ସଭାପତି ଜତି ପ୍ରଧାନ ଦାବି କରିଛନ୍ତି। ଏନେଇ ବ୍ଲକ କୃଷି ଅଧିକାରୀ ସନ୍ତୋଷ କୁମାର ମେହେରଙ୍କୁ ପଚାରିବାରୁ ବର୍ଷାର ପ୍ରାକ୍‌ ସୂଚନା ଚାଷୀ ପାଇ ଅନେକ ନିଶ୍ଚିତ ସତର୍କ ଥିବେ। କପା ଫସଲ ପ୍ରଭାବିତ ହେବା ସମ୍ଭାବନା ରହିଛି। କ୍ଷେତରେ କଟା ହୋଇ ପଡିଥିବା କ୍ଷତିଗ୍ରସ୍ତ ହୋଇପାରେ। କ୍ଷୟକ୍ଷତି ସମ୍ପର୍କରେ ଆକଳନ କରାଯାଇ ଉଚ୍ଚକର୍ତ୍ତୃପକ୍ଷଙ୍କୁ ଅବଗତ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?