ଏସ୍‌ଏଚ୍‌ଜି କାର୍ଯ୍ୟକର୍ତ୍ତାଙ୍କୁ ଦୁର୍ବ୍ୟବହାର କଲେ ଇନଚାର୍ଜ, ତାତିଲେ ମହିଳା

ସିମୁଳିଆ, ୩।୭(ସନ୍ତୋଷ ନାୟକ): ସରକାର ଏସ୍‌ଏଚ୍‌ଜି ମହିଳାମାନଙ୍କୁ ମିଶନଶକ୍ତି ମାଧ୍ୟମରେ ସଶକ୍ତିକରଣ କରିବା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ତେବେ ଗ୍ରୁପମାନଙ୍କ ଦାୟିତ୍ୱରେ ଥିବା ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ଇନଚାର୍ଜ ବିପିଏମ୍‌(ବ୍ଲକ ପ୍ରୋଜେକ୍ଟ ମ୍ୟାନେଜର) ବିଭିନ୍ନ ଏସ୍‌ଏଚ୍‌ଜି ଦାୟିତ୍ୱରେ ଥିବା ବିଭିନ୍ନ କାର୍ଯ୍ୟକର୍ତ୍ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ କୂଳଧରବିନ୍ଧା ଓ ସେରପୁର ଅଞ୍ଚଳର ୮ଟି ଏସ୍‌ଏଚ୍‌ଜିର ୨୫ଜଣ ମହିଳା ମଙ୍ଗଳବାର ବିଡିଓ ସମ୍ବିତ କୁମାର କରଙ୍କୁ ଭେଟିଥିଲେ। ଅଣ୍ଡରାଇ ପଞ୍ଚାୟତ ଅଧୀନ କୂଳଧରବିନ୍ଧା ଅଞ୍ଚଳର ସିଆରପି ମଞ୍ଜୁଲତା ମହାପାତ୍ରଙ୍କୁ ବିପିଏମ୍‌ ଅପମାନଜନକ ଶବ୍ଦ ବ୍ୟବହାର କରୁଥିବା ବିଡିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଏ ସମ୍ପର୍କରେ ବିପିଏମ୍‌ ଅନୁରାଧା ରାୟ କହିଛନ୍ତି, ବ୍ଲକ କର୍ମଚାରୀମାନେ ବିଭିନ୍ନ ଅଞ୍ଚଳ ବୁଲି ତଦାରଖ କରିବା ପରିବର୍ତ୍ତେ ଅଫିସରେ ବସି ରହୁଥିବାରୁ ସମସ୍ୟା ସୃଷ୍ଟି ହେଉଛି। ବିଡିଓ କର କହିଛନ୍ତି ଯେ, ବିପିଏମ୍‌ଙ୍କ ବିରୋଧରେ ବିଭିନ୍ନ ଅଞ୍ଚଳରୁ ଅଭିଯୋଗ ଆସୁଛି। ତାଙ୍କୁ ଗାଇଡଲାଇନ ମଗାଯାଇଛି। ବିଭାଗୀୟ ଅଧିକାରୀଙ୍କୁ ଆସନ୍ତା ଗୁରୁବାର ମଧ୍ୟରେ ରିପୋର୍ଟ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri