ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା କୋଠାରୁ ଡେଇଁ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ଘଟଣାର ପ୍ରକୃତ କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡିନାହିଁ। ତେବେ ଛାତ୍ର ଜଣକ  ସବଡେଗା ବ୍ଳକ ଟାଙ୍ଗରଗାଆଁ ଅଞ୍ଚଳର ସୋନୁ ଅଭିଶକ୍ତି  ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ, ସୋନୁ ଶୁକ୍ରବାର ରାତିରେ ଛାତ ଉପରେ ଛିଡା ହୋଇ ମୋବାଇଲରେ କଥା ହେଉଥିବା ଅନ୍ୟ ଛାତ୍ରମାନେ ଦେଖିଥିଲେ। ପରେ ସମସ୍ତେ ନିଜ ନିଜ ରୁମରେ ସୋଇଥିଲେ। ସକାଳ ୫ ଟାରେ  ଦେଖି ପୋଲିସକୁ ଖବର ଦେଇଥିଲେ। ପରେ ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟି ଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଘଟଣାସ୍ଥଳରୁ ପୋଲିସ ଏକ ଭଙ୍ଗା ମୋବାଇଲ,ଚପଲ ଓ ସୁଇସାଇଡ ନୋଟ ଜବତ କରିଥୁବା ପୋଲିସ ସୂଚନା ଦେଇଛି। ନିଜ ଇଛାରେ ସୁଇସାଇଡ କରିଥିବା ନେଇ ସୁଇସାଇଡ ନୋଟରେ ଉଲ୍ଲେଖ କରିଥିବା ସୂଚନା ପ୍ରଦାନ କରିଛନ୍ତି ଥାନା ଅଧିକାରୀ ଲୋକେଶ୍ୱର ସାହୁ। ପ୍ରାଥମିକ ତଦନ୍ତରୁ ଏହା ପ୍ରେମ ଜନିତ ଘଟଣା ହୋଇପାରେ ବୋଲି ପୋଲି ସନ୍ଦେହ ହେଉଛି। ତେବେ ପୋଷ୍ଟମର୍ଟମ ରିପୋର୍ଟ ଓ ଅଧିକ ତଦନ୍ତ  ପରେ ପ୍ରକୃତ କାରଣ ଜଣାପଡିବ ବୋଲି କହିଛନ୍ତି। ଏହାକୁ ନେଇ କୁତ୍ରା ଥାନାରେ ଏକ ଅପମୃତ୍ୟୁ ମାମଲା ୧୮/୨୬ ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି। ପରିବାର ବର୍ଗ ଘଟଣାସ୍ଥଳକୁ ପହଞ୍ଚି ହୋହାଲ୍ଲା କରିଥିଲେ। ପରେ ଅନୁଷ୍ଠାନ ପକ୍ଷରୁ ୨ ଲକ୍ଷ ଅନୁକମ୍ପା ରାଶି ମିଳିବା ପରେ ଘଟଣା ଶାନ୍ତ ପଡିଥିଲା। ତେବେ ଏହି ଘଟଣାକୁ ନେଇ ଅନୁଷ୍ଠାନ ପରିସର ଓ ପରିବାର ବର୍ଗ ତଥା ଆଖପାଖ ଅଞ୍ଚଳରେ ସୋକର ଛାୟା ଖେଳି ଯାଇଛି। ପରିବାର କହିଲେ ବିଧବା ମା ଓ ଗୋଟୋ ଛୋଟ ଭାଇ, କିଛି ବର୍ଷ ଆଗରୁ ତାଙ୍କ ବାପାଙ୍କ ମୃତ୍ୟୁ ଘଟିଛି। ତେବେ ଅନ୍ୟ ପକ୍ଷରେ ତୁରନ୍ତ ଅନୁଷ୍ଠାନ କର୍ତ୍ତୃପକ୍ଷ କେମିତି ଜାଣି ପାରିଲେ ନାହିଁ ତାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଆଗକୁ ଯେମିତି ଏଭଳି ଅଭାବନୀୟ ଘଟଣା ନ ଘଟେ ଅନୁଷ୍ଠାନ କର୍ତ୍ତୃପକ୍ଷ ଧ୍ୟାନ ଦେବା ପାଇଁ ଅଞ୍ଚଳବାସୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୩୧ରୁ ମିଳିବନି ଚିକେନ୍! ବିକ୍ରି ବନ୍ଦ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୯ା୭: ଭାରତ ଏକ ବିବିଧତାରେ ପରିପୂର୍ଣ୍ଣ ଦେଶ, ଯେଉଁଠାରେ ଭିନ୍ନ ଭିନ୍ନ ଧର୍ମ, ବିଶ୍ୱାସ ଏବଂ ଚିନ୍ତାଧାରାର ଲୋକମାନେ ବାସ କରନ୍ତି। ଆମିଷ (ନନ୍-ଭେଜ୍) ଖାଉଥିବା ଲୋକଙ୍କ…

ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍‌ ବିରୋଧୀ ବିଲ୍‌ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍‌ ଦେଇ କହିଥିଲେ ଯେ,…

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

ସ୍ବଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ/ଢାକା,୨୯।୭: ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ବୁଧବାର କହିଛନ୍ତି ଯେ ଗିରଫ, ଜେଲ କିମ୍ବା ମୃତ୍ୟୁଦଣ୍ଡର ବିପଦ ସତ୍ତ୍ୱେ ସେ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ…

ସରକାରଙ୍କୁ ଚେତାବନୀ ଦେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ, କହିଲେ-କଙ୍ଗନାଙ୍କୁ…

ନୂଆଦିଲ୍ଲୀ, ୨୯।୭: ଦିଲ୍ଲୀରେ ଗଣମାଧ୍ୟମ ସହ ଆଲୋଚନା ସମୟରେ ‘ସିଜେପି’ (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେ ସଙ୍କେତ ଦେଇଛନ୍ତି ଯେ ଯଦି ସରକାର ସେମାନଙ୍କ ଦାବି ଉପରେ…

ରାହୁଲ ଗାନ୍ଧୀଙ୍କ ‘ଇଡିଅଟ’ ଶବ୍ଦ ବ୍ୟବହାରକୁ ନେଇ ଲୋକ ସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ଆଲୋଚନା ଚାଲିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହକୁ ସମ୍ବୋଧିତ କରୁଛନ୍ତି। ତାଙ୍କ ଭାଷଣ…

CJP ପ୍ରଦର୍ଶନରେ ଲଠିଚାର୍ଜକୁ ନେଇ ଖାର୍ଗେ-ନଡ୍ଡା ମୁହାଁମୁହିଁ

ନୂଆଦିଲ୍ଲୀ,୨୯।୭: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ବୁଧବାର ରାଜ୍ୟ ସଭାରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ ଉପରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ; X ଠାରୁ ମାଗିଲା ଆକାଉଣ୍ଟ ବିବରଣୀ

ନୂଆଦିଲ୍ଲୀ,୨୯।୭: NEET ପେପର୍‌ ଲିକ ବିରୋଧରେ CJPଙ୍କ ପ୍ରତିବାଦ ସମୟରେ ଏବଂ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟାନ୍ୟ ସାମ୍ବିଧାନିକ କାର୍ଯ୍ୟାଳୟକୁ ଟାର୍ଗେଟ କରି ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri