Posted inଜାତୀୟ

ନିର୍ବାଣ ମହୋତ୍ସବରେ ଅଘଟଣ: ମଞ୍ଚ ଭୁଶୁଡ଼ି ୭ ଭକ୍ତଙ୍କ ମୃତ୍ୟୁ, ୭୫ ଆହତ

ମିରଟ,୨୮।୧: ଉତ୍ତର ପ୍ରଦେଶର ବାଗପତ ଜିଲାରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଚାଲିଥିବା ଭଗବାନ ଆଦିନାଥଙ୍କ ନିର୍ବାଣ ଲଡୁ ମହୋତ୍ସବରେ ଷ୍ଟେଜ ଭୁଶୁଡ଼ି ୭ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ୭୫ଜଣ ଭକ୍ତ ଆହତ ହୋଇଛନ୍ତି। ଭଗ୍ନାବଶେଷ ତଳେ ଭକ୍ତ ଚାପି ହୋଇ ରହିଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଅନୁମାନ କରାଯାଉଛି।

ଅନ୍ୟପକ୍ଷେ ଘଟଣାସ୍ଥଳରେ ଆମ୍ବୁଲାନ୍ସ ଉପଲବ୍ଧ ନ ଥିବାରୁ ଆହତମାନଙ୍କୁ ଇ-ରିକ୍ସାରେ ଯୋଗେ ଡାକ୍ତରଖାନା ନିଆଯାଇଥିଲା। ଖବର ପାଇ ପୋଲିସ ଫୋର୍ସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଆହତଙ୍କ ମଧ୍ୟରେ ୧୫ଜଣ ପୋଲିସ କର୍ମଚାରୀ ଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ ଏହି ମର୍ମନ୍ତୁଦ ଦୁର୍ଘଟଣା ବାରୌତ ସହର କୋତୱାଲି ଅଞ୍ଚଳର ଗାନ୍ଧୀ ରୋଡରେ ଘଟିଛି। ମହୋତ୍ସବରେ ପାଇଁ ୬୫ ଫୁଟ ଉଚ୍ଚ ମଞ୍ଚ ନିର୍ମାଣ କରାଯାଇଥିଲା। ମଙ୍ଗଳବାର ନିର୍ବାଣ ମହୋତ୍ସବ ଅଧୀନରେ ଏକ ଧାର୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର ଥିଲା। ଏନେଇ ମଞ୍ଚରେ ବହୁ ସଂଖ୍ୟକ ଭକ୍ତ ଉପସ୍ଥିତ ରହିଥିଲେ। ସେତିକିବେଳେ ଅସ୍ଥାୟୀ ସିଡ଼ି ଖସି ପଡିବାରୁ ମଞ୍ଚ ଭୁଶୁଡି ପଡିଥିଲା। ଫଳରେ ମଞ୍ଚ ତଳେ ଭକ୍ତମାନେ ଚାପି ହୋଇଯାଇଥିଲେ। ଏପରିକି ଘଟଣାସ୍ଥଳରେ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri