Posted inଜାତୀୟ

ନିର୍ବାଣ ମହୋତ୍ସବରେ ଅଘଟଣ: ମଞ୍ଚ ଭୁଶୁଡ଼ି ୭ ଭକ୍ତଙ୍କ ମୃତ୍ୟୁ, ୭୫ ଆହତ

ମିରଟ,୨୮।୧: ଉତ୍ତର ପ୍ରଦେଶର ବାଗପତ ଜିଲାରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଚାଲିଥିବା ଭଗବାନ ଆଦିନାଥଙ୍କ ନିର୍ବାଣ ଲଡୁ ମହୋତ୍ସବରେ ଷ୍ଟେଜ ଭୁଶୁଡ଼ି ୭ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ୭୫ଜଣ ଭକ୍ତ ଆହତ ହୋଇଛନ୍ତି। ଭଗ୍ନାବଶେଷ ତଳେ ଭକ୍ତ ଚାପି ହୋଇ ରହିଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଅନୁମାନ କରାଯାଉଛି।

ଅନ୍ୟପକ୍ଷେ ଘଟଣାସ୍ଥଳରେ ଆମ୍ବୁଲାନ୍ସ ଉପଲବ୍ଧ ନ ଥିବାରୁ ଆହତମାନଙ୍କୁ ଇ-ରିକ୍ସାରେ ଯୋଗେ ଡାକ୍ତରଖାନା ନିଆଯାଇଥିଲା। ଖବର ପାଇ ପୋଲିସ ଫୋର୍ସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଆହତଙ୍କ ମଧ୍ୟରେ ୧୫ଜଣ ପୋଲିସ କର୍ମଚାରୀ ଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ ଏହି ମର୍ମନ୍ତୁଦ ଦୁର୍ଘଟଣା ବାରୌତ ସହର କୋତୱାଲି ଅଞ୍ଚଳର ଗାନ୍ଧୀ ରୋଡରେ ଘଟିଛି। ମହୋତ୍ସବରେ ପାଇଁ ୬୫ ଫୁଟ ଉଚ୍ଚ ମଞ୍ଚ ନିର୍ମାଣ କରାଯାଇଥିଲା। ମଙ୍ଗଳବାର ନିର୍ବାଣ ମହୋତ୍ସବ ଅଧୀନରେ ଏକ ଧାର୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର ଥିଲା। ଏନେଇ ମଞ୍ଚରେ ବହୁ ସଂଖ୍ୟକ ଭକ୍ତ ଉପସ୍ଥିତ ରହିଥିଲେ। ସେତିକିବେଳେ ଅସ୍ଥାୟୀ ସିଡ଼ି ଖସି ପଡିବାରୁ ମଞ୍ଚ ଭୁଶୁଡି ପଡିଥିଲା। ଫଳରେ ମଞ୍ଚ ତଳେ ଭକ୍ତମାନେ ଚାପି ହୋଇଯାଇଥିଲେ। ଏପରିକି ଘଟଣାସ୍ଥଳରେ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶାହରୁଖଙ୍କ ଘରେ ସାପ

ମୁମ୍ବାଇ,୧୮ା୮: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ମୁମ୍ବାଇ ବାସଭବନ ମାନତ୍‌ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍‌ ତଳେ ସାପ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri