ପରକୀୟା ପ୍ରୀତିରୁ ଅଘଟଣ: ଦେହରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମହତ୍ୟା, ପୁରୁଷ ଗୁରୁତର

ବାରିପଦା/ଉଦଳା,୨ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖିଚିଂସ୍ଥିତ ପଣସି ଅଞ୍ଚଳରେ ଶନିବାର ପରକୀୟା ପ୍ରୀତିକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ଦେହରେ ପେଟ୍ରୋଲ ଢାଳି ମହିଳା ଓ ପୁରୁଷ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସେହି ଅଞ୍ଚଳର ଭାରତୀ ପାତ୍ର ଓ ଗୁରୁତର ପୁରୁଷ ଜଣକ ହେଲେ ରାଇରଙ୍ଗପୁର ଥାନା ଛନପାଳ ଗ୍ରାମର ହରିଶଙ୍କର ଆଚାର୍ଯ୍ୟ। ଗୁରୁତରଙ୍କୁ ଖିଚିଂ ଡାକ୍ତରଖାନା ଓ ପରେ କେନ୍ଦୁଝର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତେବେ ଆତ୍ମାହୁତି ଘଟଣାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।

 

ସୂଚନାଯୋଗ୍ୟ, ହରିଶଙ୍କର ଶ୍ବଶୁର ଘର ଖିଚିଂକୁ ଆସିଥିବା ବେଳେ ଦୁହେଁ ସକାଳ ୧୦ଟା ପାଖାପାଖି ସମୟରେ ଖିଚିଂ ମହାବିଦ୍ୟାଳୟ ସମ୍ମୁଖ ପଡ଼ିଆ ସଂଲଗ୍ନ ପଣସି ଗ୍ରାମ ବିଲରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇବା ପରେ ସ୍ଥାନୀୟ ଲୋକେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭାରତୀଙ୍କ ମୃତ୍ୟୁ ହୋଇଥିବା ବେଳେ ହରିଶଙ୍କରଙ୍କୁ କେନ୍ଦୁଝର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଅଞ୍ଚଳବାସୀ ପ୍ରକାଶ କରିଛନ୍ତି। ତେବେ ଜନୈକ ପୁରୁଷ ଓ ମହିଳା ବିବାହିତ ହୋଇଥିବା ବେଳେ ଏହା ପରକୀୟା ପ୍ରୀତିକୁ ନେଇ ଏଭଳି କାଣ୍ଡ ଘଟିଛି ବୋଲି ସାଧାରଣରେ ଆଲୋଚନା ଜୋର୍‌ ଧରିଛି। ଖବରପାଇ ରରୁଆଁ ଥାନାଧିକାରୀ ଓ କରଞ୍ଜିଆ ଏସ୍‌ଡିପିଓ ନବ ଚରଣ ନାଏକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri