ପରକୀୟା ପ୍ରୀତିରୁ ଅଘଟଣ: ଦେହରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମହତ୍ୟା, ପୁରୁଷ ଗୁରୁତର

ବାରିପଦା/ଉଦଳା,୨ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖିଚିଂସ୍ଥିତ ପଣସି ଅଞ୍ଚଳରେ ଶନିବାର ପରକୀୟା ପ୍ରୀତିକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ଦେହରେ ପେଟ୍ରୋଲ ଢାଳି ମହିଳା ଓ ପୁରୁଷ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସେହି ଅଞ୍ଚଳର ଭାରତୀ ପାତ୍ର ଓ ଗୁରୁତର ପୁରୁଷ ଜଣକ ହେଲେ ରାଇରଙ୍ଗପୁର ଥାନା ଛନପାଳ ଗ୍ରାମର ହରିଶଙ୍କର ଆଚାର୍ଯ୍ୟ। ଗୁରୁତରଙ୍କୁ ଖିଚିଂ ଡାକ୍ତରଖାନା ଓ ପରେ କେନ୍ଦୁଝର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତେବେ ଆତ୍ମାହୁତି ଘଟଣାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।

 

ସୂଚନାଯୋଗ୍ୟ, ହରିଶଙ୍କର ଶ୍ବଶୁର ଘର ଖିଚିଂକୁ ଆସିଥିବା ବେଳେ ଦୁହେଁ ସକାଳ ୧୦ଟା ପାଖାପାଖି ସମୟରେ ଖିଚିଂ ମହାବିଦ୍ୟାଳୟ ସମ୍ମୁଖ ପଡ଼ିଆ ସଂଲଗ୍ନ ପଣସି ଗ୍ରାମ ବିଲରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇବା ପରେ ସ୍ଥାନୀୟ ଲୋକେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭାରତୀଙ୍କ ମୃତ୍ୟୁ ହୋଇଥିବା ବେଳେ ହରିଶଙ୍କରଙ୍କୁ କେନ୍ଦୁଝର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ଅଞ୍ଚଳବାସୀ ପ୍ରକାଶ କରିଛନ୍ତି। ତେବେ ଜନୈକ ପୁରୁଷ ଓ ମହିଳା ବିବାହିତ ହୋଇଥିବା ବେଳେ ଏହା ପରକୀୟା ପ୍ରୀତିକୁ ନେଇ ଏଭଳି କାଣ୍ଡ ଘଟିଛି ବୋଲି ସାଧାରଣରେ ଆଲୋଚନା ଜୋର୍‌ ଧରିଛି। ଖବରପାଇ ରରୁଆଁ ଥାନାଧିକାରୀ ଓ କରଞ୍ଜିଆ ଏସ୍‌ଡିପିଓ ନବ ଚରଣ ନାଏକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri