ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ ପତାକା ଅବତରଣ କରିବା ସମୟରେ ବିଦ୍ୟୁତ ଆଘାତ ଲାଗି ଓମ ପ୍ରକାଶ ଦ୍ବିବେଦୀ (୧୪) ନାମକ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଅକାଳ ବିୟୋଗ ଘଟିଛି।

କୁଜଙ୍ଗ ସାଗର ରୋଡ୍‌ସ୍ଥିତ ‘ଟପ୍ପର’ ନାମକ ଏକ ଘରୋଇ କୋଚିଂ ସେଣ୍ଟରରେ ଏହି ଅଘଟଣ ଘଟିଛି। ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଓମ ପ୍ରକାଶ କୋଚିଂ ସେଣ୍ଟର ଛାତ ଉପରେ ପତାକା ଅବତରଣ କରୁଥିଲେ। ଏହି ସମୟରେ ପତାକାରେ ଲାଗିଥିବା ଲୁହା ରଡ୍‌ଟି ହଲିଯାଇ ନିକଟରେ ଯାଇଥିବା ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା।

ମୃତ ଛାତ୍ରଙ୍କ ଘର କେନ୍ଦ୍ରାପଡ଼ା ଜିଲା ମହାକାଳପଡା ଥାନା ତେରଗାଁ ଅଞ୍ଚଳରେ। ସେ କୁଜଙ୍ଗ ସମାଗୋଳ ସ୍ଥିତ ମାମୁ ଘରେ ରହି କୁଜଙ୍ଗ ବିବି ହାଇସ୍କୁଲରେ ପାଠ ପଢୁଥିଲେ।

ଏହି ଘଟଣା ପାଇଁ କୋଚିଂ ସେଣ୍ଟର କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତିକୁ ସାଧାରଣରେ ଦାୟୀ କରାଯାଇଛି। ବିପଦପୂର୍ଣ୍ଣ ଭାବେ ବିଦ୍ୟୁତ ତାର ନିକଟରେ କିଭଳି ପତାକା ଉତ୍ତୋଳନ ପାଇଁ ଅନୁମତି ଦିଆଗଲା, ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କୁଜଙ୍ଗ ପୋଲିସ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ, ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬,୦୦୦ କର୍ମଚାରୀ ଛଟେଇ କରିବ ଆମାଜନ: ପ୍ରଭାବିତ ହେବେ ଭାରତୀୟ ଟିମ୍

ନୂଆଦିଲ୍ଲୀ,୨୬।୧: ବିଶ୍ୱର ଅଗ୍ରଣୀ ଇ-କମର୍ସ ସଂସ୍ଥା ଆମାଜନ ଏକ ବଡ଼ ଧରଣର କର୍ମଚାରୀ ଛଟେଇ କରିବାକୁ ପ୍ରସ୍ତୁତି ଚଳାଇଛି। ରିପୋର୍ଟ ଅନୁସାରେ ଆସନ୍ତା ଜାନୁଆରୀ ୨୭ରୁ କମ୍ପାନୀ…

ହକି ଇଣ୍ଡିଆ ଲିଗ୍‌: ହାଇଦ୍ରାବାଦ ତୁଫାନ୍ସକୁ ବ୍ରୋଞ୍ଜ, ଓଡ଼ିଶାର ଅମନଦୀପ ଲାକ୍ରାଙ୍କ ଚମତ୍କାର ପ୍ରଦର୍ଶନ

ଭୁବନେଶ୍ୱର,୨୬।୧: ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ହକି ଇଣ୍ଡିଆ ଲିଗ୍‌ର ତୃତୀୟ ସ୍ଥାନ ପାଇଁ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ହାଇଦ୍ରାବାଦ ତୁଫାନ୍ସ ୪-୩ ଗୋଲରେ HIL…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

ଭାରତୀୟ କୁଇକ୍ କମର୍ସ ବଜାରରେ ଡିସକାଉଣ୍ଟ ଝଡ଼: ଆମାଜନ-ଫ୍ଲିପକାର୍ଟ ପ୍ରବେଶ ପରେ ବଢ଼ିଲା କମ୍ପିଟିସନ

ନୂଆଦିଲ୍ଲୀ,୨୬।୧: ଭାରତର କୁଇକ୍ କମର୍ସ ବଜାରରେ ଏବେ ଏକ ବଡ଼ ଧରଣର ମୂଲ୍ୟ ଯୁଦ୍ଧ ବା ‘ପ୍ରାଇସ୍ ଓ୍ୱାର’ ଆରମ୍ଭ ହୋଇଛି। ଇ-କମର୍ସ ଜଗତର ଦୁଇ ବଡ଼…

ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍‌ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ    ଭାରତ ମାତା ପୂଜନ ଉତ୍ସବରେ…

‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ…

୮ ଫୁଟର ଅଜଗର ଉଦ୍ଧାର

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବ ଗାଁ ନିକଟ ଘୋଡ଼ାହାଡ଼ ନଦୀପଠାରୁ ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଏକ ୮ ଫୁଟ ବିଶିଷ୍ଟ…

ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri