ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ ପତାକା ଅବତରଣ କରିବା ସମୟରେ ବିଦ୍ୟୁତ ଆଘାତ ଲାଗି ଓମ ପ୍ରକାଶ ଦ୍ବିବେଦୀ (୧୪) ନାମକ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ଅକାଳ ବିୟୋଗ ଘଟିଛି।

କୁଜଙ୍ଗ ସାଗର ରୋଡ୍‌ସ୍ଥିତ ‘ଟପ୍ପର’ ନାମକ ଏକ ଘରୋଇ କୋଚିଂ ସେଣ୍ଟରରେ ଏହି ଅଘଟଣ ଘଟିଛି। ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଓମ ପ୍ରକାଶ କୋଚିଂ ସେଣ୍ଟର ଛାତ ଉପରେ ପତାକା ଅବତରଣ କରୁଥିଲେ। ଏହି ସମୟରେ ପତାକାରେ ଲାଗିଥିବା ଲୁହା ରଡ୍‌ଟି ହଲିଯାଇ ନିକଟରେ ଯାଇଥିବା ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା।

ମୃତ ଛାତ୍ରଙ୍କ ଘର କେନ୍ଦ୍ରାପଡ଼ା ଜିଲା ମହାକାଳପଡା ଥାନା ତେରଗାଁ ଅଞ୍ଚଳରେ। ସେ କୁଜଙ୍ଗ ସମାଗୋଳ ସ୍ଥିତ ମାମୁ ଘରେ ରହି କୁଜଙ୍ଗ ବିବି ହାଇସ୍କୁଲରେ ପାଠ ପଢୁଥିଲେ।

ଏହି ଘଟଣା ପାଇଁ କୋଚିଂ ସେଣ୍ଟର କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତିକୁ ସାଧାରଣରେ ଦାୟୀ କରାଯାଇଛି। ବିପଦପୂର୍ଣ୍ଣ ଭାବେ ବିଦ୍ୟୁତ ତାର ନିକଟରେ କିଭଳି ପତାକା ଉତ୍ତୋଳନ ପାଇଁ ଅନୁମତି ଦିଆଗଲା, ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କୁଜଙ୍ଗ ପୋଲିସ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ, ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri