Posted inଜାତୀୟ

କରମା ଡାଳ ବିସର୍ଜନ ବେଳେ ଅଘଟଣ, ୭ ବାଳିକାଙ୍କର ମୃତ୍ୟୁ…

ଲାଟେହାର,୧୮।୯: କରୋନା ଡାଳ ବିସର୍ଜନ ସମୟରେ ଅଘଟଣ ଘଟିଛି। ୭ ବାଳିକାଙ୍କର ପାଣିରେ ବୁଡ଼ି ମୃତ୍ୟୁ ହୋଇଛି। ଝାଡ଼ଖଣ୍ଡର ଲାଟେହାର ଜିଲାର ବାଲୁମାଥ ଅଞ୍ଚଳର ଶେରେଗଡା ଗାଁର ମନନ୍ଦୀ ଟୋଲାରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ସ୍ଥାନୀୟ ପୋଲିସ ଷ୍ଟେସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକଙ୍କ ବୟସ ୭ ରୁ ୧୮ ବର୍ଷ ମଧ୍ୟରେ କୁହାଯାଉଛି। ବାଲୁମାଥ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ପୋଷ୍ଟମର୍ଟମ ପାଇଁ ପଠାଇଛି। ଏହି ଘଟଣା ଯୋଗୁ ଗାଁରେ କାନ୍ଦ ବୋବାଳି ପଡ଼ିଛି।

ମୃତକମାନଙ୍କ ମଧ୍ୟରେ ଗୋଟିଏ ପରିବାରର ତିନିଜଣ ଭଉଣୀ ଅଛନ୍ତି। ମୃତକମାନେ ହେଉଛନ୍ତି ରେଖା କୁମାରୀ (୧୮ ବର୍ଷ), ଲକ୍ଷ୍ମୀ କୁମାରୀ (୮ ବର୍ଷ), ରିନା କୁମାରୀ (୧୧ ବର୍ଷ), ମୀନା କୁମାରୀ (୮ ବର୍ଷ), ପିଙ୍କି କୁମାରୀ (୧୫ ବର୍ଷ), ସୁଷମା କୁମାରୀ (୭ ବର୍ଷ), ସୁନୀତା କୁମାରୀ (୧୭ ବର୍ଷ)।

ଗ୍ରାମବାସୀଙ୍କ କହିବାନୁସାରେ, ବାଳିବାମାନେ ଟୋରି-ବାଲୁମାଥ-ଶିବପୁର ରେଳ ଲାଇନ ନିର୍ମାଣ ପାଇଁ ଖୋଳା ଯାଇଥିବା ଏକ ଗଭୀର ଗାଡରେ କରମା ଡାଳ ବିସର୍ଜନ କରିବା ସମୟରେଏହି ଦୁର୍ଘଟଣା ଘଟିଥିଲା। ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ବାଳିକାମାନଙ୍କୁ ଉଦ୍ଧାର କରିଥିଲେ। ୪ ଜଣ ବାଳିକାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନ୍ୟ ୩ ଜଣଙ୍କୁ ଚିକିତ୍ସା ଲାଗି ପ୍ରାଥମିକ ସ୍ବସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ଶୁକ୍ରବାର ଦିନ ସାରା ରାଜ୍ୟରେ ଆଦିବାସୀଙ୍କର କରମା ପର୍ବ ପାଳନ କରାଯାଇଥିଲା। ପରେ କରମା ଡାଳକୁ ବିସର୍ଜନ ପାଇଁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?