ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଅଭାବନୀୟ ଘଟଣା: ଡାକ୍ତର-କର୍ମଚାରୀ ମାରପିଟ

ସମ୍ବଲପୁର,୩ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟର ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା କ୍ରମରେ ଦୁଇଜଣ ଡାକ୍ତର ଓ କର୍ମଚାରୀଙ୍କ ମଧ୍ୟରେ ମାରପିଟ ହୋଇଛି। ଏ ନେଇ ଉଭୟ ପକ୍ଷରୁ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ପୃଥକ୍‌ ମାମଲା ରୁଜୁକରି ତଦନ୍ତ ଚଳାଇଛି।

ଅଭିଯୋଗ ଅନୁସାରେ ଦୁଇଜଣ ନବନିଯୁକ୍ତ ଡାକ୍ତର ବୁର୍ଡ ପ୍ରାଥମିକ ଚିକିତ୍ସାଳୟ ଚିକିତ୍ସାଧିକାରୀ ଡା. ପ୍ରଶାନ୍ତ ଓରାମ ଓ ବାବୁନିକିତିମାଲ ପ୍ରାଥମିକ ଚିକିତ୍ସାଳୟର ଚିକିତ୍ସାଧିକାରୀ ଡା. ଦିଲୀପ କୁମାର ପାଣିଗ୍ରାହୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ)ଙ୍କ କାର୍ଯ୍ୟାଳୟକୁ ଆସି ମହିଳା ଆକାଉଣ୍ଟାଣ୍ଟ ସଙ୍ଗୀତା ବୋଷଙ୍କ ସହ ଆଲୋଚନା କରିଥିଲେ। ପରେ କୌଣସି କଥାକୁ ନେଇ ପରସ୍ପର ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଉଭୟ ଡାକ୍ତର ସେଠାରୁ ଚାଲିଯାଇ ପୁଣି ଅପରାହ୍ନ ସାଢ଼େ ୩ଟାରେ ଆଉ ଦୁଇଜଣ ସହଯୋଗୀଙ୍କୁ ଧରି ସିଡିଏମ୍‌ଓଙ୍କ ଅଫିସରେ ପହଞ୍ଚି ଥିଲେ।

ହଠାତ୍‌ ସେମାନେ କାର୍ଯ୍ୟାଳୟର କବାଟ, ଝରକା ଭଙ୍ଗାରୁଜା କରିବା ସହ ବରିଷ୍ଠ କିରାଣି ପ୍ରଶାନ୍ତ କୁମାର ମିଶ୍ରଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ। ଏହା ଦେଖି କନିଷ୍ଠ କିରାଣି ଶୁକଦେବ ଦେବାଙ୍ଗନ ସେମାନଙ୍କୁ ବାଧା ଦେବାକୁ ଚେଷ୍ଟା କରିବାରୁ ଡାକ୍ତର ଓ ସହଯୋଗୀମାନେ ତାଙ୍କୁ ମଧ୍ୟ ମାଡ଼ ମାରିଥିଲେ। ଖବର ପାଇ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଡାକ୍ତରଙ୍କୁ ଥାନାକୁ ନେଇ ପଚରାଉଚୁରା କରୁଛି।

ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତା ରାଣୀ ମିଶ୍ରଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ତାଙ୍କ ନିକଟରେ ଅଭିଯୋଗ ହୋଇଛି। ତେବେ କାର୍ଯ୍ୟାଳୟରେ ଲାଗିଥିବା ସିସିଟିଭି ଫୁଟେଜ ଜରିଆରେ ଘଟଣାର ତଦନ୍ତ କରାଯାଉଥିବା ସେ କହିଥିଲେ।

ଅପରପକ୍ଷେ ଏହାକୁ ନେଇ ସିଡିଏମ୍‌ଓଙ୍କ ନିର୍ଦ୍ଦେଶକ୍ରମେ କର୍ମଚାରୀଙ୍କ ପ୍ରଦତ୍ତ ଏତଲା ଆଧାରରେ ଚିକିତ୍ସାଧିକାରୀ ଡା. ପ୍ରଶାନ୍ତ ଓରାମ ଓ ଡା. ଦିଲୀପ କୁମାର ପାଣିଗ୍ରାହୀଙ୍କ ବିରୋଧରେ ଟାଉନ ଥାନାରେ କେସ୍‌ ନଂ.୮୪/୨୪ରେ ମାମଲା ରୁଜୁ ହୋଇଛି। ଅନୁରୂପ ଭାବେ ଉଭୟ ଡାକ୍ତରଙ୍କ ପାଲଟା ଏତଲାକ୍ରମେ ସିଡିଏମ୍‌ଓ କାର୍ଯ୍ୟାଳୟର ମହିଳା କର୍ମଚାରୀ ସଙ୍ଗୀତା ବୋଷ, ପ୍ରଶାନ୍ତ କୁମାର ମିଶ୍ର ଓ ଶୁକଦେବ ଦେବାଙ୍ଗନଙ୍କ ବିରୋଧରେ ପୋଲିସ ମାମଲା (ନଂ.୮୫/୨୪) ରୁଜୁ କରି ତଦନ୍ତ କରୁଥିବା ଟାଉନ ଥାନା ସୂତ୍ରରୁ ପ୍ରକାଶ।

 


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri