ସିଆରପିଏଫ କ୍ୟାମ୍ପରେ ଅଘଟଣ, ଜେନେରେଟର କରେଣ୍ଟ ଲାଗି ଯବାନଙ୍କ ମୃତ୍ୟ

ବାଲିଗୁଡା, ୦୮।୦୫(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଭଣ୍ଡରଙ୍ଗି ସିଆରପିଏଫ କ୍ୟାମ୍ପରେ ଅଘଟଣ । ଜେନେରେଟର ଇଲେକ୍ଟ୍ରିକ୍‌ ସକ୍‌ରେ ସୋମବାର ଯବାନଙ୍କ ମତ୍ୟୁ ଘଟିଥିବା ଜଣାପଡ଼ିଛି ।
ମୃତକ ଯବାନ ଜଣକ ହେଉଛନ୍ତି ଯାଜପୁର ଜିଲାର ବାଲିଚାନ୍ଦପୁର ଥାନା ବଡ଼ ବାଲିକୁଦା ଅଞ୍ଚଳର ତୁଷାରକାନ୍ତି ଦାସ ।
ସୂଚନାଯୋଗ୍ୟ, ମାଓପ୍ରବଣ ଅଞ୍ଚଳ ତୁମୁଡ଼ିବନ୍ଧ ବ୍ଲକ ବେଲଘର ଥାନା ଅନ୍ତର୍ଗତ ଭଣ୍ଡରଙ୍ଗି ଗ୍ରାମରେ ରହିଥିବା ସିଆରପିଏଫ ନୂତନ କ୍ୟାମ୍ପରେ ତୁଷାରକାନ୍ତି ମୁତୟନ ଅଛନ୍ତି। ସେଠାରେ ସେ ଜେନେରେଟରର ଇଲେକ୍ଟ୍ରି କାମ କରୁଥିବା ବେଳେ ଅସାବଧାନତା କାରଣରୁ ଇଲେକ୍ଟ୍ରିକ୍‌ ସକ୍‌ରେ ଗୁରୁତର ହୋଇପଡ଼ିଥିଲେ । ଘଟଣା ସମ୍ପର୍କରେ ଖବର ପାଇ ବିଭାଗୀୟ ଉପରିସ୍ଥ ଅଧିକାରୀ ଓ ସହକାରୀ ତୁଷାରକାନ୍ତିଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଡ଼ାକ୍ତରଖାନାରେ ଡାକ୍ତର ତୁଷାରକାନ୍ତିଙ୍କୁ ମୃତ ଘୋଷଣା କରିଥିବା ସିଆରପିଏଫ ପକ୍ଷରୁ ସୂଚନା ମିଳିଛି। ମୃତଦେହ ବ୍ୟବଚ୍ଛେଦ ପରେ କମାଣ୍ଡା ଆନନ୍ଦ ଝାଙ୍କ ସମେତ ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ମର ଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦା ପ୍ରଦାନ କରିବା ପରେ ମୃତ ଯବାନଙ୍କ ମର ଶରୀରକୁ ତାଙ୍କ ଗାଁକୁ ପଠାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri