ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ ୩ ଜଣ ନାବାଳିକାଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, ସ୍ଥାନୀୟ ଶଙ୍ଖ ନଦୀର ଧୋଇପଡ଼ା ନିକଟରେ ଢିପାପଡ଼ା ଓ ମଝାଟୋଲି ଅଞ୍ଚଳର ୪ ଜଣ ସାଙ୍ଗ ଗାଧୋଉଥିଲେ। ସେମାନଙ୍କ ମଧ୍ୟରେ ୩ ଜଣ ନାବାଳିକା ଓ ଜଣେ ନାବାଳକ ଥିଲେ। ଗାଧୋଉଥିବା ସମୟରେ ଚାରିଜଣ ନଦୀ ଭିତରକୁ ପଶିଯାଇଥିଲେ।

ତେବେ ନାବାଳକ ଜଣକ କୌଣସିମତେ ଉଦ୍ଧାର ହୋଇଯାଇଥିବା ବେଳେ ୩ ଜଣ ନାବାଳିକା ନଦୀରେ ବୁଡ଼ିଯାଇଥିଲେ। ଖବର ପାଇ ସ୍ଥାନୀୟ ଲୋକେ ନଦୀରେ ଖୋଜାଖୋଜି ଆରମ୍ଭ କରିଥିଲେ। ପରେ ୩ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତକମାନେ ହେଲେ ମଝାଟୋଲିର ଗୀତିକା ସାହୁ (୬), ସିବିକା ସାହୁ (୬ ବର୍ଷ ୬ ମାସ) ଏବଂ ଢିପାପଡ଼ାର ଶ୍ରୁତି ସାହୁ।

ଘଟଣାର ସୂଚନା ପାଇ ରାଏବୋଗା ଥାନାଧିକାରୀ ଦିବ୍ୟ ଓରାମ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ଜବତ କରି ବୀରମିତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖିଛନ୍ତି। ଏନେଇ ରାଏବୋଗା ଥାନାରେ ଅପମୃତ୍ୟୁ ମାମଲା ନଂ-୦୯/୨୬ ରୁଜୁ ହୋଇଛି। ଘଟଣାର ତଦନ୍ତ ଜାରି ରହିଥିବା ଥାନାଧିକାରୀ ଦିବ୍ୟ ଓରାମ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ, ଘଟଣାରେ ସାମିଲ ଥିବା ନାବାଳକ ସଲଙ୍ଗାବାହାଲ ଗ୍ରାମର ପ୍ରତାପ ସାହୁ (୯) ସୁରକ୍ଷିତ ଥିବା ପୋଲିସ ପକ୍ଷରୁ କୁହାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?