ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ ୩ ଜଣ ନାବାଳିକାଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, ସ୍ଥାନୀୟ ଶଙ୍ଖ ନଦୀର ଧୋଇପଡ଼ା ନିକଟରେ ଢିପାପଡ଼ା ଓ ମଝାଟୋଲି ଅଞ୍ଚଳର ୪ ଜଣ ସାଙ୍ଗ ଗାଧୋଉଥିଲେ। ସେମାନଙ୍କ ମଧ୍ୟରେ ୩ ଜଣ ନାବାଳିକା ଓ ଜଣେ ନାବାଳକ ଥିଲେ। ଗାଧୋଉଥିବା ସମୟରେ ଚାରିଜଣ ନଦୀ ଭିତରକୁ ପଶିଯାଇଥିଲେ।

ତେବେ ନାବାଳକ ଜଣକ କୌଣସିମତେ ଉଦ୍ଧାର ହୋଇଯାଇଥିବା ବେଳେ ୩ ଜଣ ନାବାଳିକା ନଦୀରେ ବୁଡ଼ିଯାଇଥିଲେ। ଖବର ପାଇ ସ୍ଥାନୀୟ ଲୋକେ ନଦୀରେ ଖୋଜାଖୋଜି ଆରମ୍ଭ କରିଥିଲେ। ପରେ ୩ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତକମାନେ ହେଲେ ମଝାଟୋଲିର ଗୀତିକା ସାହୁ (୬), ସିବିକା ସାହୁ (୬ ବର୍ଷ ୬ ମାସ) ଏବଂ ଢିପାପଡ଼ାର ଶ୍ରୁତି ସାହୁ।

ଘଟଣାର ସୂଚନା ପାଇ ରାଏବୋଗା ଥାନାଧିକାରୀ ଦିବ୍ୟ ଓରାମ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ଜବତ କରି ବୀରମିତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖିଛନ୍ତି। ଏନେଇ ରାଏବୋଗା ଥାନାରେ ଅପମୃତ୍ୟୁ ମାମଲା ନଂ-୦୯/୨୬ ରୁଜୁ ହୋଇଛି। ଘଟଣାର ତଦନ୍ତ ଜାରି ରହିଥିବା ଥାନାଧିକାରୀ ଦିବ୍ୟ ଓରାମ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ, ଘଟଣାରେ ସାମିଲ ଥିବା ନାବାଳକ ସଲଙ୍ଗାବାହାଲ ଗ୍ରାମର ପ୍ରତାପ ସାହୁ (୯) ସୁରକ୍ଷିତ ଥିବା ପୋଲିସ ପକ୍ଷରୁ କୁହାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?