ଘଟଗାଁ ତାରିଣୀ ମନ୍ଦିରରେ ଭକ୍ତଙ୍କୁ ପିଟିଲେ ଉଠାଦୋକାନୀ, ଗୁରୁତର ଅବସ୍ତାରେ

ଘଟଗଁା.୨୭ା୧୧(ରାଜେନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗଁାସ୍ଥିତ ତାରିଣୀ ମନ୍ଦିରଠାରେ ଉଠାଦୋକାନୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଭକ୍ତ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ଘଟଗାଁ ଡାକ୍ତରଖାନା ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭୋଗଡାଲା ଦରକୁ ନେଇ ପାଟିତୁଣ୍ଡ ହେବାରୁ ଏହି ଘଟଣା ଘଟିଛି। ଏ ନେଇ ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସ ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଆନନ୍ଦପୁର ସବ୍‌ଡିଭିଜନ ହାଟଡିହି ବ୍ଲକ ଅନ୍ତର୍ଗତ ବଂଚୋ ଗ୍ରାମର ଅନିଲ କୁମାର ବରାଳ ତାଙ୍କର ୩ ସାଙ୍ଗଙ୍କ ସହ ତାରିଣୀ ଦର୍ଶନ ପାଇଁ ଆସିଥିଲେ। ମନ୍ଦିର ମୁଖଶାଳା ସମ୍ମୁଖରେ ଥିବା ୧ନଂ. ଗେଟ ପାଖ ଉଠାଦୋକାନରୁ ଭୋଗ ସାମଗ୍ରୀ କିଣିଥିଲେ। ପଇସା ଦେବା ବେଳେ ଭୋଗଡାଲାର ଦରକୁ ନେଇ ଦୋକାନୀଙ୍କ ସହ ତାଙ୍କର ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଦୋକାନୀମାନେ ସଂଘବଦ୍ଧ ହୋଇ ଆକ୍ରମଣ କରିବାରୁ ଅନିଲଙ୍କ ନାକ ଫାଟି ଲହୁଲୁହାଣ ହୋଇଥିଲେ। ଏ ନେଇ ସେ ଘଟଗାଁ  ଥାନାରେ ଅଭିଯୋଗ କରିବା ସହ ଚିକିତ୍ସା ପାଇଁ କେନ୍ଦୁଝର ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତେବେ ବାରମ୍ବାର ଏହିଭଳି ଘଟଣା ଘଟୁଥିବାରୁ ଭକ୍ତ ମହଲରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri