ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ଏହି ଅଘଟଣ ଘଟିଛି। ସେଣ୍ଟ୍ରିଂ ବେଳେ ଶ୍ବାସରୁଦ୍ଧ ହୋଇ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଜଣେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ,କଳାହାଣ୍ଡିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା କରାଯାଇଛି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଘଟଣାରେ ଗଭୀର ଶୋକ ପ୍ରକାଶ ସହ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।
କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁରଠାରେ ନିର୍ମାଣାଧୀନ ସ୍ଥାନରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ୬ ଜଣଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ…
— CMO Odisha (@CMO_Odisha) May 26, 2026
Dharitri – Odisha’s No.1 Odia Daily

