ବେଦାନ୍ତରେ ଅଘଟଣ: ହାଇଓ୍ବା ଚାପାରେ ଦୁଇ ଶ୍ରମିକଙ୍କ ଜୀବନ ଗଲା

ଭବାନୀପାଟଣା,୬ା୩(ସ୍ବ.ପ୍ର.): ବେଦାନ୍ତ ଲିମିଟେଡ୍‌ରେ ଘଟିଛି ଅଘଟଣ। ବକ୍ସାଇଟ୍‌ ବୋଝେଇ ଓ ଖଲାସ କରିବା ପାଇଁ ଓଏସ୍‌ଏଲ କମ୍ପାନୀ ନିୟୋଜିତ ଥିବାବେଳେ ଏହା ଅଧୀନରେ ଥିବା ରାୟଗଡ଼ା ଜିଲା ମୁନିଗୁଡ଼ାର ଜନୈକ ବ୍ୟକ୍ତିଙ୍କ ହାଇଓ୍ବା ଟ୍ରକ୍‌ ଏଥିରେ ଭଡ଼ାରେ ଲାଗିଥିଲା। ଶନିବାର ବିଳମ୍ବିତ ରାତିରେ ବକ୍ସାଇଟ୍‌ ବୋଝେଇ କରି କମ୍ପାନୀର ବକ୍ସାଇଟ ୟାର୍ଡକୁ ଯାଉଥିବାବେଳେ ରାସ୍ତାର ଏକ ଖାଲରେ ପଡ଼ି ଏହି ହାଇଓ୍ବାଟି ଓଲଟି ପଡ଼ିଥିଲା। ଏହି ସମୟରେ ରାସ୍ତାକଡ଼ରେ ପାଣି ପିଇବାକୁ ଯାଇ ଠିଆ ହୋଇଥିବା ଏଲ୍‌ ଆଣ୍ଡ ଟି କମ୍ପାନୀର ଦୁଇଜଣ ଶ୍ରମିକ ଝାଡ଼ଖଣ୍ଡ ରାଜ୍ୟ ବୋକାରୋ ଅଞ୍ଚଳର ଅଭିମନ୍ୟୁ ଜେନା ଓ ମୁକେଶ ଟୁଡୁଙ୍କ ଉପରେ ହାଇଓ୍ବାଟି ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ହିଁ ଚାପି ହୋଇ ଉଭୟ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ତେବେ ସକାଳ ଯାଏ ଏହି ଘଟଣାକୁ ଚାପିଦେବାକୁ ଉଦ୍ୟମ କରାଯାଇଥିବାବେଳେ ଶେଷରେ ଶ୍ରମିକ ଅଶାନ୍ତି ବଢ଼ିବା ଆଶଙ୍କା କରି ମୃତ ଶରୀରକୁ ଲାଞ୍ଜିଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଛି। ସେଠାରେ ଡାକ୍ତର ଉଭୟ ଶ୍ରମିକଙ୍କୁ ମୃତ ଘୋଷଣା କରିବା ପରେ କମ୍ପାନୀ ପକ୍ଷରୁ ତରବରିଆ ଭାବେ ମୃତଦେହ ବ୍ୟବଚ୍ଛେଦ କରିବାକୁ ଉଦ୍ୟମ କରାଯାଉଥିବା ଜଣାପଡ଼ିଛି। ଏ ନେଇ ଲାଞ୍ଜିଗଡ଼ ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରି ଦୁର୍ଘଟଣା ଘଟାଇଥିବା ହାଇଓ୍ବାକୁ ଜବତ କରାଯାଇଥିବା ଲାଞ୍ଜିଗଡ଼ ଥାନାଧିକାରୀ ସତ୍ୟାନନ୍ଦ ପାତ୍ର ସୂଚନା ଦେଇଛନ୍ତି। ଅପରପକ୍ଷରେ ଦୁର୍ଘଟଣା ଘଟାଇଥିବା ଟ୍ରକର ମାଲିକ ଓ ମାସିକ ଭଡ଼ାରେ ଲଗାଇଥିବା ଓଏସ୍‌ଏଲ କମ୍ପାନୀ ତଥା ଶ୍ରମିକମାନଙ୍କ ନିଯୁକ୍ତିଦାତା ଏଲ୍‌ଆଣ୍ଡଟି କମ୍ପାନୀ ଶ୍ରମିକ ମୃତ୍ୟୁ ଘଟଣାକୁ ଅତ୍ୟନ୍ତ ହାଲକା ଭାବେ ନେଇଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସେହିପରି ଲାଞ୍ଜିଗଡ଼ ଅଞ୍ଚଳରେ ଶ୍ରମିକ ସୁରକ୍ଷା ନେଇ କାର୍ଯ୍ୟରତ ବିଭିନ୍ନ ସଂଗଠନର ନିଷ୍କ୍ରିୟତାକୁ ନେଇ ଏକ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri