Posted inଜାତୀୟ

ଗୋଟିଏ ଆମ୍ବୁଲାନ୍ସରେ ୨୨ ମୃତଦେହ ଶ୍ମଶାନ ଯିବା ଘଟଣା: ହାଇକୋର୍ଟ ମାଗିଲେ ଜବାବ

ମୁମ୍ବାଇ,୨୭।୪: ମହାରାଷ୍ଟ୍ରରେ କରୋନା ପରିସ୍ଥିତି ଭୟାବହ ହୋଇଛି। ଏଠାରେ ପ୍ରତିଦିନ ଶହ ଶହ ଲୋକ ପ୍ରାଣ ହରାଉଛନ୍ତି। ଏହାସହ ମୃତଦେହ ପୋଡିବା ପାଇଁ ଶ୍ମଶାନରେ ଯାଗା ମିଳୁନାହିଁ। ମଙ୍ଗଳବାର ବମ୍ବେ ହାଇକୋର୍ଟ କହିଛନ୍ତି ଯେ, କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ମୃତଦେହକୁ ଘଣ୍ଟା ଘଣ୍ଟା ଧରି ରଖାଯାଇପାରିବ ନାହିଁ ଏବଂ ଏହା ସହ କୋର୍ଟ ମହାରାଷ୍ଟ୍ର ସରକାର ଏବଂ ବିଏମସିକୁ ରାଜ୍ୟ ତଥା ମୁମ୍ବାଇରେ ଥିବା ଶ୍ମଶାନର ସ୍ଥିତି ବିଷୟରେ ଅବଗତ କରାଇବାକୁ କହିଛନ୍ତି। ପ୍ରଧାନ ବିଚାରପତି ଦୀପାଙ୍କର ଦତ୍ତ ଏବଂ ଜଷ୍ଟିସ ଜିଏସ କୁଲକର୍ଣ୍ଣିଙ୍କ ଏକ ବେଞ୍ଚ କହିଛନ୍ତି ଯେ ମହାରାଷ୍ଟ୍ର ସରକାର ଏବଂ ଅନ୍ୟାନ୍ୟ ପୌରସଂସ୍ଥା ଏହି ସମସ୍ୟାର ସମାଧାନ ପାଇଁ କିଛି ଠୋସ ପଦକ୍ଷେପ ନେବା ଉଚିତ୍‌। ଶରୀରକୁ ଘଣ୍ଟା ଘଣ୍ଟା ଧରି ରଖାଯାଇପାରିବ ନାହିଁ। ଏହାସହ ଗୋଟିଏ ଆମ୍ବୁଲାନ୍ସରେ ୨୨ ମୃତଦେହ ଶ୍ମଶାନ ଯିବା ଘଟଣାରେ ମଧ୍ୟ ହାଇକୋର୍ଟ ରାଜ୍ୟ ସରକାରଙ୍କଠାରୁ ଜବାବ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri