୧୦ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା: ଆକ୍ସନରେ ପ୍ରଶାସନ

ମାଲକାନଗିରି,୨୫ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ ଲାଗି ରାଜ୍ୟ ସରକାରଙ୍କୁ ସୁପାରିସ କରାଯାଇଥିବା ଜିଲା ମଙ୍ଗଳ ଅଧିକାରୀ ଏ. ଶ୍ରୀନିବାସ ଆଚାରୀ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଚିତ୍ରକୋଣ୍ଡା ବ୍ଲକ ଉକ୍ତ ବିଦ୍ୟାଳୟର ଜଣେ ୧୦ମ ଶ୍ରେଣୀ ନାବାଳିକା ଛାତ୍ରୀ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ପରୀକ୍ଷା ଦେଇ ହଷ୍ଟେଲକୁ ଫେରିଲା ପରେ ସନ୍ଧ୍ୟାରେ ଗର୍ଭଯନ୍ତ୍ରଣା ଅନୁଭବ କରିଥିଲେ। ପରେ ଛାତ୍ରାବାସ ଛାତ ଉପରେ ଏକ ସନ୍ତାନ ଜନ୍ମ ଦେଇଥିଲେ। ଏହି ଘଟଣା ଜଣାପଡିବା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ନାବାଳିକାଙ୍କ ବାପାଙ୍କୁ ଜଣାଇଥିଲେ। ଝିଅର ଏ ଅବସ୍ଥା ଦେଖି ତାଙ୍କ ବାପା ଚିତ୍ରକୋଣ୍ଡା ଥାନାରେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀକରି ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚି ନାବାଳିକାଙ୍କ ସହ ନବଜାତକକୁ ଚିତ୍ରକୋଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ମାଲକାନଗିରି ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଏହି ଘଟଣାକୁ ନେଇ ଚିତ୍ରକୋଣ୍ଡା ପୋଲିସ ପ୍ରାଥମିକ ତଦନ୍ତ ପରେ ଦିସାରିଗୁଡା ଗ୍ରାମର ଜଣଙ୍କୁ ଥାନାକୁ ଆଣି ଅଟକ ରଖି ତଦନ୍ତ ଚଳାଇଛି। ଅନ୍ୟପକ୍ଷରେ ଏ ଘଟଣା ଜାଣିଲା ପରେ ମଙ୍ଗଳବାର ଜିଲା ମଙ୍ଗଳ ଅଧିକାରୀ ଏ. ଶ୍ରୀନିବାସ ଆଚାରୀ ଚିତ୍ରକୋଣ୍ଡା ଯାଇ ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri