ବଣାଇଁରେ ନାବାଳିକା କୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଘଟଣା: ୧୮ ଦିନ ପରେ ପୋଲିସ ହାତରେ ଅଭିଯୁକ୍ତ

ବଣାଇଁ, ୨୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଜିକୁ ଅଠର ଦିନ ତଳେ ଅର୍ଥାତ ଚଳିତ ମାସ ୬ ତାରିଖ ଦିନ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣାର ଅଭିଯୁକ୍ତକୁ ବଣାଇଁ ପୋଲିସ ଗିରଫ କରିବାରେ ସଫଳ ହୋଇଛି। ମଙ୍ଗଳବାର ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଅଭିଯୁକ୍ତ ନିଜ ସନ୍ତାନକୁ ଦେଖି ଆସିଥିବା ବେଳେ ମାଡ଼ିବସିଥିଲା ପୋଲିସ। ପରେ ଆଜି ଅଭିଯୁକ୍ତ ଶିବ ଭୂମିଜକୁ ଗିରଫ କରିବା ସହ ବଣାଇଁ କୋର୍ଟ ଚାଲାଣ କରିଥିଲା। ଅଭିଯୁକ୍ତ ର ଜାମିନ ନାମଞ୍ଜୁର ହେବାରୁ ତାକୁ ବିଚାର ବିଭାଗୀୟ ହାଜତ କୁ ପଠାଇ ଦିଆଯାଇଛି।

ସୂଚନାଯୋଗ୍ୟ ପ୍ରକାଶ ଯେ ଗତ ୬ ତାରିଖ ଦିନ ବଣାଇଁ ଅଞ୍ଚଳର ଜଣେ ନାବାଳିକାକୁ ଭଲ ପାଇବା ଅଭିନୟ କରି ଶିବ ଭୂମିଜ ଗର୍ଭବତୀ କରିବା ପରେ ମାରିବା ଉଦ୍ୟମ କରିଥିଲା। ଏପରିକି ପ୍ରବଳ ମାଡ ମାରିବା ପରେ ତଣ୍ଟି ଚିପି ଦେବା ଯୋଗୁଁ ନାବାଳିକା ଅଚେତ ହୋଇଯିବା ପରେ ମରିଗଲା ଭାବି ଜଙ୍ଗଲର ଏକ ଗାଡ଼ିଆ ରେ ପକାଇ ଚାଲି ଯାଇଥିଲା। ପରଦିନ ଅର୍ଥାତ୍ ସାତ ତାରିଖ କିଛି ଗ୍ରାମବାସୀ ମୁମୁର୍ଷୁ ଅବସ୍ଥାରେ ପଡିଥିବା ନାବାଳିକାକୁ ଦେଖି ଉଦ୍ଧାର କରିବା ପରେ ଘର ଲୋକଙ୍କୁ କହି ବଣାଇଁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତି କରିଥିଲେ।

ଅଭିଯୋଗ ପରେ ବଣାଇଁ ଥାନାରେ ଏ ସଂକ୍ରାନ୍ତରେ ଏକ କେଶ ନଂ ୧୮୭/୨୪ ରୁଜ୍ଜୁ କରି ପୋଲିସ ତଦନ୍ତ ଜାରି ରଖିଥିଲା। ବଣାଇଁ ଥାନା ର ସବ୍ ଇନିସପେକ୍ଟର ପଙ୍କଜିନି ସାହୁ ତଦନ୍ତ ଦାୟିତ୍ୱ ନିର୍ବାହ କରିଥିଲେ ଓ ଆଜି ଅଭିଯୁକ୍ତ କୁ ଧରିବାରେ ସକ୍ଷମ ହୋଇଥିବା ଜଣାପଡ଼ଛି। ଗିରଫ ଅଭିଯୁକ୍ତ ଯୁବକ ଶିବ ଭୂମିଜ ଆଗରୁ ବିବାହିତ ଓ ତା ସ୍ତ୍ରୀ ଗତ ମେଁ ମାସ ୨୫ ତାରିଖ ରେ ଆତ୍ମହତ୍ୟା କରି ମୃତ୍ୟୁବରଣ କରି ଥିବା ପୋଲିସ କହିଛି। ଏପରିକି ତାର ଏକ ଦୁଇବର୍ଷ ର ପୁତ୍ର ସନ୍ତାନ ମଧ୍ଯ ଅଛି। ଅପରପକ୍ଷରେ ପୀଡିତା ନାବାଳିକା ବାପା ଛେଉଣ୍ଡ ଏବଂ ଆଜି ପର୍ଯ୍ୟନ୍ତ ସେ ରାଉରକେଲା ର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ୍ ଥିବା ଜଣାପଡ଼ଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?