କାରରେ ନାବାଳିକାକୁ ବଳାତ୍କାର ଉଦ୍ୟମ ଘଟଣା: ଶ୍ରମ ବିଭାଗ ପକ୍ଷରୁ ଠିକାଦାରଙ୍କୁ ନୋଟିସ୍‌

କେନ୍ଦୁଝର,୨୦ା୨(ସ୍ବ.ପ୍ର.): କାରରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଘଟଣାରେ ଶ୍ରମ ବିଭାଗ ପକ୍ଷରୁ ଠିକାଦାର ଅକ୍ଷୟ ପଣ୍ଡାଙ୍କୁ ନୋଟିସ୍‌ କରାଯାଇଛି। ଚିଠି ନଂ. ୪୨୧/୨୦୨୩ରେ ତାଙ୍କ ବିରୋଧରେ କାହିଁକି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବ ସେ ନେଇ ମାର୍ଚ୍ଚ ୧୮ ସୁଦ୍ଧା କାରଣ ଦର୍ଶାଇବାକୁ କୁହାଯାଇଛି।
ପ୍ରକାଶ ଯେ, ଗତ ୧୨ ତାରିଖ ରାତିରେ ଠିକାଦାର କାରରେ ଜଣେ ନାବାଳିକାକୁ ନେଇ କବିତ୍ରା ଗ୍ରାମ ନିକଟ ଜାତୀୟ ରାଜପଥ ୪୯ ରାସ୍ତାରେ ବଳାତ୍କାର ଉଦ୍ୟମ କରୁଥିଲେ। ସ୍ଥାନୀୟ ଲୋକଙ୍କ ହାବୁଡ଼ରେ ଧରାପଡ଼ିବା ପରେ ପୋଲିସ ଗିରଫ କରିଥିଲା। ସେ ଉକ୍ତ ନାବଳିକାଙ୍କୁ ୨ ବର୍ଷ ହେଲା ଘରୋଇ କାମରେ ନିୟୋଜିତ କରିଥିଲେ। ଏଣୁ ଶିଶୁ ସୁରକ୍ଷା ଆଇନର ଧାରା ୩ ଅନୁଯାୟୀ ବେଆଇନ ଅଟେ। ଏଣୁ ତାଙ୍କୁ ନୋଟିସ ଏଲ୍‌ଆଇସି କଲୋନୀ ଠିକଣାରେ ପ୍ରେରଣ ହୋଇଛି। ଅନ୍ୟପକ୍ଷେ ଠିକାଦାର ଗିରଫ ହୋଇ କେନ୍ଦୁଝର ଜେଲରେ ରହିଥିବାରୁ ନୋଟିସ୍‌ର ଉତ୍ତର କିଏ ଦେବ ତାହାକୁ ନେଇ ଚର୍ଚ୍ଚା ହେଉଛି। ପୂର୍ବରୁ ଏହି ଘଟଣାରେ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ ପକ୍ଷରୁ ମାମଲା ରୁଜୁ ହୋଇଛି। ଚିଠି ନଂ. ୧୯୦/୧୩ ଫେବୃଆରୀ ୨୩ରେ ଧରିତ୍ରୀରେ ପ୍ରକାଶିତ ଖବରକୁ ଭିତ୍ତି କରି ନିଜ ଆଡୁ ଆୟୋଗ ୪୨/୨୦୨୩ରେ ମାମଲା ରୁଜୁ କରିଛନ୍ତି। କେନ୍ଦୁଝର ଏସ୍‌ପି, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଓ ଜିଲା ଶ୍ରମ ଅଧିକାରୀଙ୍କୁ ସବିଶେଷ ରିପୋର୍ଟ ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରକୃତି ପ୍ରତି ଦାୟିତ୍ୱବୋଧ ଜରୁରୀ’

ପାଟଣା,୮ା୨(ବୀରକିଶୋର ଦାଶ): ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ପିପୁଲସ କଲଚରାଲ ସେଣ୍ଟର (ପିକକ) ପକ୍ଷରୁ ଆଡପ୍ସନସେଣ୍ଟ୍ରମର ସହଯୋଗରେ ଫେବୃଆରୀ ୫ସେରୁ ୮ ତାରିଖ ପର୍ଯ୍ୟନ୍ତ କେନ୍ଦୁଝର ଜିଲା…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri