ମନ୍ଦିରରେ ଅଚିହ୍ନା ହାଡ଼ ମିଳିବା ଘଟଣା: ତଦନ୍ତ ପାଇଁ ପହଞ୍ଚିଲେ ଏସ୍‌ପି

ମୋହନା,୧୫ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ କର୍ଚ୍ଚବାଡ଼ି ଗାଁରେ ଥିବା ବହୁ ପୁରାତନ ମା’ ବ୍ରାହ୍ମଣୀଦେଇ ମନ୍ଦିରରେ ମଙ୍ଗଳବାର ସକାଳେ ମନ୍ଦିରର ପୂଜାରୀ ନରେନ୍ଦ୍ର ପାଇକ ମନ୍ଦିରକୁ ପୂଜା କରିବା ପାଇଁ ଯାଇଥିଲେ। ମନ୍ଦିର ପରିସରକୁ ସଫା କରିବା ସମୟରେ ମନ୍ଦିର ପରିସରରେ ଥିବା ସିଂହ ପାଖରେ ଏକ ବିରାଟକାୟ ହାଡ଼ ଥିବା ଦେଖିବାକୁ ପାଇଥିଲେ। ପରେ ପୂଜାରୀ ଜଣକ ଗାଁ ଲୋକଙ୍କୁ ଜଣାଇବା ପରେ ଗାଁ ଲୋକେ ମନ୍ଦିର ପରିସରରେ ପହଞ୍ଚି ପୋଲିସକୁ ଲିଖିତ ଅଭିଯୋଗ କରିଥିଲେ। ଖବର ପାଇ ମୋହନା ଥାନା ଅଧିକାରୀ ବସନ୍ତ କୁମାର ସେଠୀ ଘଟଣାସ୍ଥଳରେ ପହଞ୍ଚି ହାଡ଼କୁ ଜବତ କରି ଏକ ମାମଲା ରୁଜୁ କରି କେଉଁ ପ୍ରକାର ହାଡ଼ ଜାଣିବା ପାଇଁ ପରୀକ୍ଷା ପାଇଁ ପଠାଇଛନ୍ତି।
ମୋହନା ଅଞ୍ଚଳରେ ଗୁଣି ଗାରେଡ଼ିକୁ ନେଇ ସନ୍ଦେହ କରି ବର୍ତ୍ତମାନ କୋକୁଆ ଭୟ ରହିଥିବା ବେଳେ ବୁଧବାର ଏସ୍‌ପି ଯତୀନ୍ଦ୍ର କୁମାର ପଣ୍ଡା, ଥାନାଧିକାରୀ ବସନ୍ତ କୁମାର ସେଠୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ମନ୍ଦିର କମିଟି, ଗ୍ରାମବାସୀ, ସରପଞ୍ଚ, ସମିତିସଭ୍ୟଙ୍କ ସହ ଆଲୋଚନା କରି ମନ୍ଦିର ଚାରିପାଖରେ ସିସି କ୍ୟାମେରା ଲଗାଯିବା ପାଇଁ ସରପଞ୍ଚ ଚାନ୍ଦିନୀ ମଲ୍ଲିକ, ସମିତିସଭ୍ୟ ଟୁନା ମଲ୍ଲିକ ପରାମର୍ଶ ଦେବା ସହ ଭୟଭୀତ ନ ହେବା ପାଇଁ କହିଥିଲେ ଏବଂ ତଦନ୍ତ ଚାଲିଥିବା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri