ଅଜଣା ଜନ୍ତୁ ପାଦ ଚିହ୍ନ ଠାବ ଘଟଣା: ବନ ବିଭାଗର ତଦନ୍ତ ଆରମ୍ଭ

ମହାକାଳପଡା, ୨୫ା୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରାମନଗର ପଞ୍ଚାୟତସ୍ଥିତ କାଜୁ ଫାର୍ମ ସମ୍ମୁଖ ରାସ୍ତାରେ ଅଜଣା ଜନ୍ତୁର ପାଦ ଚିହ୍ନ ଠାବ କରାଯାଇଥିଲା। ଏ ନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ବନ ବିଭାଗ ପକ୍ଷରୁ ଗୁରୁବାର ମହାକାଳପଡ଼ା ବନାଞ୍ଚଳ ଅଧିକାରୀ ସାହଜୀ ଚରଣ ବିଶ୍ୱାଳ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। ତେବେ ଚିହ୍ନ ଠାବ କରିବା ୫ଦିନରୁ ଅଧିକ ହୋଇଥିଲେ ମଧ୍ୟ ବିଭାଗ ଏହି ଜଙ୍ଗଲ ରାସ୍ତାପାଶର୍‌ବ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିଥିଲା। ପୂର୍ବରୁ ଏହି ପାଦ ଚିହ୍ନ ଠାବ ଫଟୋ ଉଠାଯାଇଥିବା ଘଟଣାସ୍ଥଳରେ କିଛି ଜାଣି ହେଉନାହିଁ। ପରେ ଅଧିକ ଯାଞ୍ଚ କରାଯାଇ ଅଜଣା ଜନ୍ତୁ ପାଦ ଚିହ୍ନକୁ ଚିହ୍ନଟ କରାଯିବ ବୋଲି ବନାଞ୍ଚଳ ଅଧିକାରୀ ବିଶ୍ୱାଳ କହିଛନ୍ତି। ବିଭାଗ ପକ୍ଷରୁ ଏହି ପାଦ ଚିହ୍ନ ସମ୍ପର୍କରେ ଖୁବ୍‌ ଗୁରୁତର ସହ ବିଚାର କରାଯିବ ବୋଲି କୁହାଯାଇଛି। ସୂଚନାଯୋଗ୍ୟ, ୩୫୪ ହେକ୍ଟରରୁ ଅଧିକ ଜମିରେ ଏହି କାଜୁ ଜଙ୍ଗଲ ରହିଛି। ଓଡ଼ିଶା କାଜୁ ନିଗମ ଏହି ଜଙ୍ଗଲର ରକ୍ଷଣାବେକ୍ଷଣ କରୁଛି। ପ୍ରତି ବର୍ଷ ନିଲାମ କରାଯାଉଛି ବୋଲି ଜଣାପଡିଛି। ଏହି ଜଙ୍ଗଲରେ ବିଭିନ୍ନ ପ୍ରଜାତିର ସରୀସୃପ, ପକ୍ଷୀ, ବାର୍‌ହା, ହରିଣ, ଶିଆଳ ସମେତ ଜୀବଜନ୍ତୁ ବାସ କରନ୍ତି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଅଜଣା ଜନ୍ତୁ ପାଦ ଚିହ୍ନ ଠାବ ସମ୍ପର୍କରେ ସ୍ଥାନୀୟ ଲୋକେ ବନ ବିଭାଗ କର୍ମଚାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବନ ବିଭାଗ ପକ୍ଷରୁ ରେଞ୍ଜର ବିଶ୍ୱାଳଙ୍କ ସମେତ ବନ କର୍ମଚାରୀ ସତ୍ୟ ପ୍ରକାଶ ପାଣି, ପ୍ରଶାନ୍ତ ମହାନ୍ତି ପ୍ରମୁଖ ଘଟଣା ସ୍ଥଳରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri