ଅଜଣା ଜନ୍ତୁ ପାଦ ଚିହ୍ନ ଠାବ ଘଟଣା: ବନ ବିଭାଗର ତଦନ୍ତ ଆରମ୍ଭ

ମହାକାଳପଡା, ୨୫ା୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରାମନଗର ପଞ୍ଚାୟତସ୍ଥିତ କାଜୁ ଫାର୍ମ ସମ୍ମୁଖ ରାସ୍ତାରେ ଅଜଣା ଜନ୍ତୁର ପାଦ ଚିହ୍ନ ଠାବ କରାଯାଇଥିଲା। ଏ ନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ବନ ବିଭାଗ ପକ୍ଷରୁ ଗୁରୁବାର ମହାକାଳପଡ଼ା ବନାଞ୍ଚଳ ଅଧିକାରୀ ସାହଜୀ ଚରଣ ବିଶ୍ୱାଳ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। ତେବେ ଚିହ୍ନ ଠାବ କରିବା ୫ଦିନରୁ ଅଧିକ ହୋଇଥିଲେ ମଧ୍ୟ ବିଭାଗ ଏହି ଜଙ୍ଗଲ ରାସ୍ତାପାଶର୍‌ବ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିଥିଲା। ପୂର୍ବରୁ ଏହି ପାଦ ଚିହ୍ନ ଠାବ ଫଟୋ ଉଠାଯାଇଥିବା ଘଟଣାସ୍ଥଳରେ କିଛି ଜାଣି ହେଉନାହିଁ। ପରେ ଅଧିକ ଯାଞ୍ଚ କରାଯାଇ ଅଜଣା ଜନ୍ତୁ ପାଦ ଚିହ୍ନକୁ ଚିହ୍ନଟ କରାଯିବ ବୋଲି ବନାଞ୍ଚଳ ଅଧିକାରୀ ବିଶ୍ୱାଳ କହିଛନ୍ତି। ବିଭାଗ ପକ୍ଷରୁ ଏହି ପାଦ ଚିହ୍ନ ସମ୍ପର୍କରେ ଖୁବ୍‌ ଗୁରୁତର ସହ ବିଚାର କରାଯିବ ବୋଲି କୁହାଯାଇଛି। ସୂଚନାଯୋଗ୍ୟ, ୩୫୪ ହେକ୍ଟରରୁ ଅଧିକ ଜମିରେ ଏହି କାଜୁ ଜଙ୍ଗଲ ରହିଛି। ଓଡ଼ିଶା କାଜୁ ନିଗମ ଏହି ଜଙ୍ଗଲର ରକ୍ଷଣାବେକ୍ଷଣ କରୁଛି। ପ୍ରତି ବର୍ଷ ନିଲାମ କରାଯାଉଛି ବୋଲି ଜଣାପଡିଛି। ଏହି ଜଙ୍ଗଲରେ ବିଭିନ୍ନ ପ୍ରଜାତିର ସରୀସୃପ, ପକ୍ଷୀ, ବାର୍‌ହା, ହରିଣ, ଶିଆଳ ସମେତ ଜୀବଜନ୍ତୁ ବାସ କରନ୍ତି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଅଜଣା ଜନ୍ତୁ ପାଦ ଚିହ୍ନ ଠାବ ସମ୍ପର୍କରେ ସ୍ଥାନୀୟ ଲୋକେ ବନ ବିଭାଗ କର୍ମଚାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବନ ବିଭାଗ ପକ୍ଷରୁ ରେଞ୍ଜର ବିଶ୍ୱାଳଙ୍କ ସମେତ ବନ କର୍ମଚାରୀ ସତ୍ୟ ପ୍ରକାଶ ପାଣି, ପ୍ରଶାନ୍ତ ମହାନ୍ତି ପ୍ରମୁଖ ଘଟଣା ସ୍ଥଳରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri