ଖବରଦାତାଙ୍କୁ ହତ୍ୟାଧମକ ଘଟଣା:ଅତିରିକ୍ତ ଏସ୍‌ପିଙ୍କୁ ଭେଟିଲେ ସାମ୍ବାଦିକ ସଂଘ କର୍ମକର୍ତ୍ତା

ବେହେରା, ୩୦।୯(ଭୂପେଶ ତିୱାରୀ)-ଏକ ଦୈନିକ ଖବର କାଗଜର କଳାହାଣ୍ଡି ଜିଲା କୋକସରା ବ୍ଲକ ପ୍ରତିନିଧିଙ୍କୁ ହତ୍ୟା ଧମକ ଓ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଦେଷୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଶୁକ୍ରବାର ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ସାମ୍ବାଦିକ ସଂଘର କର୍ମକର୍ତ୍ତାମାନେ ସାକ୍ଷାତ କରିଛନ୍ତି।
କୋକସରା ବ୍ଲକର କେତେକ ପଞ୍ଚାୟତର ମହିଳା ସରପଞ୍ଚଙ୍କ ସ୍ବାମୀ ନିଜକୁ ସରପଞ୍ଚ ପ୍ରତିନିଧି ବୋଲାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ହସ୍ତକ୍ଷେପ କରୁଥିବା ନେଇ ଏକ ଖବର ପ୍ରସାରଣ ହୋଇଥିଲା। ଏହା ପରେ ସରପଞ୍ଚମାନଙ୍କ ସ୍ବାମୀମାନେ ଉତ୍‌କ୍ଷିପ୍ତ ହୋଇ ଖବରଦାତା ଜଣଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେବା ସହିତ ଆକ୍ରମଣ କରିଥିବା କୋକସରା ଥାନାରେ ଅଭିଯୋଗ ହୋଇଛି। ଏ ସମ୍ପର୍କରେ ୫ଜଣଙ୍କ ନାମରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଛି। ସେମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବି ହୋଇଥିବାବେଳେ ଏହି ଘଟଣାକୁ ନେଇ କଳାହାଣ୍ଡି ସାମ୍ବାଦିକ ସଂଘ ପକ୍ଷରୁ ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ସାକ୍ଷାତ କରାଯାଇଛି। ଖବରଦାତାଙ୍କୁ ହତ୍ୟାଧମକ ଓ ଆକ୍ରମଣ କରିଥିବା ବ୍ୟକ୍ତିମାନଙ୍କୁ ଗିରଫ କରିବା ପାଇଁ ଦାବି କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…

ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି।…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ…

ରକ୍ଷାବନ୍ଧନରେ ଲାଗିବ ଚନ୍ଦ୍ରଗ୍ରହଣ: ଏହି ୩ ରାଶିଙ୍କ ଉପରେ ବଡ଼ ସଙ୍କଟ! ଜାଣନ୍ତୁ ଅଶୁଭ ପ୍ରଭାବରୁ ବଞ୍ଚିବାର ଉପାୟ

୨୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମାର ଆରମ୍ଭ ସକାଳ ୯ଟା ୮ ମିନିଟରେ ହେବ। ଏହାର ସମାପ୍ତି ୨୮ ଅଗଷ୍ଟ ରାତି ୯ଟା ୪୮ ମିନିଟରେ ହେବ। ଏଭଳି…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri