ଶ୍ରୀମନ୍ଦିର ରତ୍ନଭଣ୍ଡାର: ତେଜିଲା ରାଜନୀତି

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ନେଇ ପୁଣି ରାଜନୀତି ଆରମ୍ଭ ହୋଇଛି। ଚାବି ହଜିବା ଘଟଣାର ସାଢ଼େ ୪ ବର୍ଷ ପରେ ଜଷ୍ଟିସ୍‌ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ନ ହେବା ଓ ଏହାକୁ ନେଇ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଜବାବ ତଲବ ପରେ ସରକାରଙ୍କୁ ବିରୋଧୀ ପୁଣି ଆକ୍ରମଣ କରିଛନ୍ତି। ଏହି ପ୍ରସଙ୍ଗରେ ରାଜ୍ୟ ଭାଜପା ସରକାରଙ୍କୁ କଡ଼ା ସମାଲୋଚନା କରିଛି। ଭାଜପା ମୁଖପାତ୍ର ତଥା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଗୁରୁବାର ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ କହିଛନ୍ତି, ଓଡ଼ିଆ ଜାତିର ଆରାଧ୍ୟ ଦେବତା ଓ ସମଗ୍ର ବିଶ୍ୱ ଯେଉଁ ପ୍ରଭୁଙ୍କୁ ପୂଜା କରୁଛି ତାଙ୍କର ଅମୂଲ୍ୟ ସମ୍ପତ୍ତି ସୁରକ୍ଷିତ ନେଇ ୧୯୫୫ରେ ଆଇନ ପ୍ରଣୟନ କରାଯାଇଥିଲା। ଏପ୍ରିଲ ୩, ୨୦୧୮ରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଏକ ବଡ଼ ଅନୁଧ୍ୟାନକାରୀ ଦଳ ଧଳାଲୁଗା ପିନ୍ଧି ଅରୁଆ ଖାଇ କୂଅରେ ଗାଧୋଇ ମନ୍ଦିର ଭିତରକୁ ପ୍ରବେଶ କଲେ। ହେଲେ ରତ୍ନଭଣ୍ଡାର ଖୋଲିବା ପାଇଁ ପାଖରେ ଚାବିକାଠି ନ ଥିଲା। ତତ୍‌କାଳୀନ ଜିଲାପାଳ ଅରବିନ୍ଦ ଅଗ୍ରୱାଲ ବିବୃତି ଦେଲେ, ରତ୍ନଭଣ୍ଡାର ଚାବି ମିଳୁନି। ଏହାପରେ ସାରା ରାଜ୍ୟରେ ଆନ୍ଦୋଳନ ହେଲା ଓ ପ୍ରତିବାଦର ସ୍ବର ଉଠିଲା। ମୁଖ୍ୟମନ୍ତ୍ରୀଙ୍କ ନଁାରେ ଭାଜପା ପୁରୀ ସିଂହଦ୍ୱାର ଥାନାରେ ଏତଲା ଦେଇଥିଲେ ବି ପୋଲିସ ମାମଲା ରୁଜୁ କଲା ନାହିଁ। ଭାଜପାର ତୀବ୍ର ଆନ୍ଦୋଳନ ପରେ ରାଜ୍ୟ ସରକାର ଜୁନ୍‌ ୬ରେ ଜଷ୍ଟିସ୍‌ ରଘୁବୀର ଦାସ କମିଶନ ଗଠନ କଲେ। କମିଶନଙ୍କ ପାଇଁ ରାଜ୍ୟ ସରକାର ୨୨ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଖର୍ଚ୍ଚ କରିବାର ୬ମାସ ପରେ ଗୋଟିଏ ରିପୋର୍ଟ ସାମ୍ନାକୁ ଆସିଲା। ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ସେତେବେଳେ ଭାଜପା ମାମଲା ରୁଜୁ କରିବା ପରେ ଜିଲାପାଳ ନାଟକ କରି କହିଲେ, ”ରେକର୍ଡ ରୁମ୍‌ରୁ ଗୋଟିଏ ଡୁପ୍ଲିକେଟ୍‌ ଚାବି ମିଳିଲା।“ ୪୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ଓଡ଼ିଶା ସରକାର ରତ୍ନଭଣ୍ଡାର ଚାବିକୁ ହଜେଇ ଦେଇଛନ୍ତି ବୋଲି ୨୦୧୮ରେ ଜଣାପଡ଼ିଲା। ରାଜ୍ୟ ସରକାର ପ୍ରଥମତଃ ସ୍ବୀକାର କଲେ ଅରିଜିନାଲ ଚାବି ହଜିଛି ଓ ଡୁପ୍ଲିକେଟ୍‌ ଚାବି ମିଳିଛି। ଯଦି ପ୍ରକୃତରେ ମୂଳ ଚାବିର ଡୁପ୍ଲିକେଟ୍‌ ହୋଇଥାଏ ତା’ହାଲେ ରତ୍ନଭଣ୍ଡାର ଖୋଲିବାରେ ପ୍ରତିବନ୍ଧକ ରହିଲା କେଉଁଠି। ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ୫ ବର୍ଷ ହେଲା ସରକାର ରତ୍ନଭଣ୍ଡାର ଖୋଲୁନାହାନ୍ତି କାହିଁକି। ଯଦି ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାର ପ୍ରକୃତରେ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତିର ସୁରକ୍ଷା ଦିଗରେ ସାମାନ୍ୟତମ ଚିନ୍ତିତ ତାହାଲେ ତୁରନ୍ତ ରତ୍ନଭଣ୍ଡାର ଖୋଲନ୍ତୁ ବୋଲି ଆଚାର୍ଯ୍ୟ ଦାବି କରିଛନ୍ତି।
ଅନ୍ୟପକ୍ଷରେ ବିଜେଡି ମଧ୍ୟ ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ନେଇ ପାଲଟା ଆକ୍ରମଣ କରିଛି। ରତ୍ନଭଣ୍ଡାର ପ୍ରସଙ୍ଗରେ ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ବିଭିନ୍ନ ସ୍ପର୍ଶକାତର ଘଟଣାରେ ମନଗଢ଼ା କାହାଣୀ କହି ରାଜନୀତି କରିବା ଓଡ଼ିଶା ଭାଜପାର ଅଭ୍ୟାସରେ ପରିଣତ ହୋଇଗଲାଣି। ରତ୍ନଭଣ୍ଡାର ପ୍ରସଙ୍ଗରେ ଭାଜପା ଯେଉଁ କାହାଣୀ ଶୁଣାଇଛି, ତାହା ଦେଖି ମନେହେଉଛି ଓଡ଼ିଶା ଭାଜପା ନେତାଙ୍କର ମଧ୍ୟ ସ୍ମୃତି ବିଭ୍ରମ ଘଟିଲାଣି। ସେମାନେ ସମ୍ଭବତଃ ଜାଣିନାହାନ୍ତି ଯେ ଆଜି ନୁହେଁ, ୧୯୮୫ ମସିହାରୁ ଦୀର୍ଘ ୩୮ ବର୍ଷ ଧରି ଶ୍ରୀମନ୍ଦିରର ରତ୍ନଭଣ୍ଡାର ଖୋଲା ହୋଇନାହିଁ। କାରଣ ୨୦୦୦ରୁ ୨୦୦୯ ପର୍ଯ୍ୟନ୍ତ ମିଳିତ ସରକାରରେ ଆଇନ ମନ୍ତ୍ରୀ ଥିବା ନିଜ ଦଳର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ମଧ୍ୟ ରତ୍ନଭଣ୍ଡାର ଖୋଲା ନ ହେବା ପାଇଁ ଭାଜପା ପରୋକ୍ଷରେ ଦାୟୀ କରିଛି। ରାଜନୀତି କରିବା ପାଇଁ ବିରୋଧୀ ଦଳ ପାଖରେ ଅନେକ ପ୍ରସଙ୍ଗ ଅଛି। ମାତ୍ର ସେପରି ନ କରି ଟାଣିଓଟାରି ବିଭିନ୍ନ ସ୍ପର୍ଶକାତର ପ୍ରସଙ୍ଗରେ ରାଜନୀତି କରୁଛନ୍ତି ଏବଂ ଲୋକଙ୍କ ଧର୍ମୀୟ ଭାବନା ସହ ଖେଳ ଖେଳୁଛନ୍ତି। ଓଡ଼ିଶାବାସୀ ସେମାନଙ୍କୁ କେବେ କ୍ଷମା ଦେବେନାହିଁ ବୋଲି ଲେନିନ୍‌ କହିଛନ୍ତି।
କଂଗ୍ରେସ ନେତା ବିଜୟ ପଟ୍ଟନାୟକ କହିଛନ୍ତି, ଯଦି ସରକାର ଟ୍ରାନ୍ସପରେନ୍ସିରେ ବିଶ୍ୱାସ କରନ୍ତି ତେବେ କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବା ଦରକାର। ଚାବି ଅଛି କି ନାହିଁ, ରତ୍ନଭଣ୍ଡାରରେ ରତ୍ନ ଅଛି କି ନାହିଁ ତାହା ଓଡ଼ିଶା ଜନସାଧାରଣଙ୍କର ଜାଣିବାର ଅଧିକାର ରହିଛି। ମନ୍ଦିର କଥାକୁ ଯେତିକି ଗୁରୁତର ସହ କରିବା କଥା ତାହା କରୁନାହାନ୍ତି ବୋଲି ବିଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?