ବିଦ୍ୟାଳୟ ବାରଣ୍ଡାରେ ବସି ପିଲା ପାଠ ପଢ଼ିବା ଘଟଣା: ଖବର ପ୍ରକାଶ ପରେ ଖୋଲିଲା ତାଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୩ା୯(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀଛାତ୍ର ବିଦ୍ୟାଳୟ ବାରଣ୍ଡାରେ ବସି ପାଠ ପଢୁଥିଲେ। ଏନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ବ୍ଲକ ପ୍ରଶାସନ ଏହାକୁ ଗୁରୁତ୍ୱ ଦେଇଛି।

ବିଡିଓ ପ୍ରୀତିରଞ୍ଜନ ରଥଙ୍କ ନିର୍ଦ୍ଦେଶକ୍ରମେ ବିଦ୍ୟାଳୟର ତାଲା ଖୋଲାଯାଇଛି ଏବଂ ଶନିବାର ସକାଳୁଆ ପାଠ ପଢ଼ାଯାଇଛି। ଛାତ୍ରୀଛାତ୍ର ନୂତନ କୋଠାରେ ହସ ଖୁସି ଓ ଆନନ୍ଦ ଉଲ୍ଲାସର ସହ ପାଠ ପଢ଼ିଛନ୍ତି। ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକମାନେ ବିଡିଓଙ୍କୁ ସାଧୁବାଦ ଜଣାଇଛନ୍ତି। ତେବେ ବିଦ୍ୟାଳୟର ରୋଷେଇଶାଳ ଓ ଅନ୍ୟାନ୍ୟ କାର୍ଯ୍ୟକୁ ପ୍ରଶାସନ ଗୁରୁତ୍ୱ ଦେଇ ମରାମତି କରିବାକୁ ବିଦ୍ୟାଳୟ କର୍ତ୍ତୃପକ୍ଷ ନିବେଦନ କରିଛନ୍ତି।

ସୂଚନାଯୋଗ୍ୟ, ବ୍ରାହ୍ମଣୀଗାଁର ଉକ୍ତ ବିଦ୍ୟାଳୟରେ ୭ଟି ଶ୍ରେଣୀକୁ ୫ଟି କୋଠା ରହିଥିଲା। ଆଉ ୨ଟି ଶ୍ରେଣୀ କୋଠା ନିର୍ମାଣ କାର୍ଯ୍ୟ ହୋଇଥିଲେ ମଧ୍ୟ ତାଲା ପଡ଼ିଥିଲା। ଏନେଇ ଧରିତ୍ରୀ ପୋର୍ଟାଲରେ ଶୁକ୍ରବାର ଖବର ପ୍ରକାଶିତ ହେବା ପରେ ପ୍ରଶାସନ ଏହାକୁ ଗୁରୁତ୍ୱ ନେଇ ତ୍ୱରିତ ପଦକ୍ଷେପ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର…

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

୪ କୋଠରିରେ ବସୁଛନ୍ତି ୯ ଶ୍ରେଣୀର ପିଲା

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଠିକପାଲି ପଞ୍ଚାୟତ ଶୁକ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୯୫୮ମସିହାରେ…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri