‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ ଯାତ୍ରୀବାହୀ ବସ୍‌କୁ ବେଆଇନ ଭାବେ ଅଟକାଇ ଚାଳକଙ୍କୁ ଧମକ ଚମକ ଦେବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମାମଲା ରୁଜୁ କରିଛି।

ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ସକାଳ ପ୍ରାୟ ୧୧ଟା ସମୟରେ ମୁଖ୍ୟମନ୍ତ୍ରୀ ବସ୍ ସେବାର ଏକ ଯାତ୍ରୀବାହୀ ବସ୍ ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମକୁ ଯାଇଥିଲା। ଗ୍ରାମର ମୁଖ୍ୟରାସ୍ତା ଶ୍ରୀ ଜଗନ୍ନାଥ ମନ୍ଦିର ନିକଟରେ ବସ୍‌ଟି ପହଞ୍ଚିବା ପରେ ସ୍ଥାନୀୟ ଯୁବକ କାହ୍ନା ନାୟକ ଉକ୍ତ ଗାଡ଼ିକୁ ଅଟକାଇଥିଲେ। କାହ୍ନାଙ୍କ ଅଭିଯୋଗ ଥିଲା ଯେ ବସ୍‌ଟି ତାଙ୍କର ନିର୍ଦ୍ଧାରିତ ସ୍ଥାନରେ ଅଟକି ନ ଥିଲା। ଏହି ସାମାନ୍ୟ କଥାକୁ ନେଇ କାହ୍ନା ଅତ୍ୟଧିକ ନିଶାସକ୍ତ ଅବସ୍ଥାରେ ହାତରେ ଏକ ଠେଙ୍ଗା ଧରି ବସ୍ ଆଗକୁ ଆସିଥିଲେ ଏବଂ ବେଆଇନ ଭାବେ ଗାଡ଼ିକୁ ଅଟକ ରଖି ଆଙ୍କୋରଡ଼ା ଗ୍ରାମର ବସ୍ ଚାଳକ ବାବାଜୀ ସେଠୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ମାଡ଼ ମାରିବାକୁ ଭୟଭୀତ କରିଥିଲେ।

ଅଭିଯୁକ୍ତ ଯୁବକ ଜଣକ ସର୍ବସାଧାରଣ ରାସ୍ତାରେ ଠେଙ୍ଗା ଧରି ସରକାରୀ ବସ୍ ଚାଳକଙ୍କୁ ଯେଭଳି ଭାବେ ଧମକ ଦେଉଥିଲେ, ତାହା ସେଠାରେ ଉପସ୍ଥିତ ଥିବା କିଛି ବ୍ୟକ୍ତି ନିଜ ମୋବାଇଲରେ ରେକର୍ଡ କରି ନେଇଥିଲେ। ପରବର୍ତ୍ତୀ ସମୟରେ ଏହି ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ୍ ହୋଇଥିଲା। ଭିଡିଓ ଭାଇରାଲ୍ ହେବା ପରେ ଗାଡ଼ି ଚାଳକ ବାବାଜୀ ସେଠୀ ପାଟପୁର ଥାନାରେ ପହଞ୍ଚି ଅଭିଯୁକ୍ତଙ୍କ ବିରୋଧରେ ଏକ ଲିଖିତ ଏତଲା ଦେଇଥିଲେ।

ଚାଳକଙ୍କ ଏତଲାକୁ ଭିତ୍ତିକରି ପାଟପୁର ଥାନା ଆଇଆଇସି (IIC) ଦୀପ୍ତି ରଞ୍ଜନ ବେହେରା ମାମଲା ନଂ ୧୭୭/୨୬ ଅନୁଯାୟୀ ପ୍ରତାପଗିରି ଗ୍ରାମର ଅଭିଯୁକ୍ତ କାହ୍ନା ନାୟକଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଛନ୍ତି। ଏହି ଘଟଣାର ସରଜମିନ ତଦନ୍ତ କରିବା ପାଇଁ ଆଇଆଇସି ତୁରନ୍ତ ଏଏସଆଇ (ASI) ରମାକାନ୍ତ ଶବରଙ୍କୁ ଦାୟିତ୍ୱ ଦେଇଛନ୍ତି। ପୋଲିସ ଭାଇରାଲ୍ ଭିଡିଓକୁ ଆଧାର କରି ଅଭିଯୁକ୍ତକୁ ଗିରଫ କରିବା ପାଇଁ ଚଢ଼ାଉ ଜାରି ରଖିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?