ଦାରିଙ୍ଗବାଡି ବନାଞ୍ଚଳରେ ଅବାଧ ଗଛକଟା ଘଟଣା: ବନ ବିଭାଗ ସେଣ୍ଟ୍ରିଙ୍ଗ ଭାଙ୍ଗି ଜବତ କଲା କାଠ

ଦାରିଙ୍ଗବାଡି,୧୯।୪ (ଅରୁଣ ସାହୁ): ପୋଲ ନିର୍ମାଣରେ ମୂଲ୍ୟବାନ ଶାଳ କାଠକୁ ସେଣ୍ଟ୍ରିଙ୍ଗରେ ବ୍ୟବହାରକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ଖବର ଧରିତ୍ରୀରେ ବାରମ୍ବାର ପ୍ରକାଶିତ ପରେ ବନ ବିଭାଗର ତତ୍ପରତା ଦେଖିବାକୁ ମିଳିଛି। ସକାଳ ସମୟରେ ବନ ବିଭାଗ ସ୍ଥିତି ପରଖି ଥିବାବେଳେ ଅପରାହ୍ନରେ ବିଭାଗ ଆକ୍ସନ ମୁଡ଼କୁ ଆସିଛି। ଦୁଇଟି ଟ୍ରାକ୍ଟର ସମେତ ବନପାଳ ବନିତା ପ୍ରଧାନ, ବନରକ୍ଷୀ ସଞ୍ଜୀବ ବେହେରା ସଦଳବଳ ଓ ଶ୍ରମିଙ୍କୁ ନେଇ ଘଟଣା ସ୍ଥଳରେ ପହଞ୍ଚି ସମସ୍ତ ସେଣ୍ଟ୍ରିଙ୍ଗକୁ ବାହାର କରବା ସହ ମୂଲ୍ୟବାନ ଶାଳ କାଠକୁ ବିଭାଗ ଜବତ କରିଛି। ବିଭାଗ ଏବେ ଉକ୍ତ ଠିକା ସଂସ୍ଥା ଓ ସେଥିରେ ସମ୍ପୃକ୍ତି ବ୍ୟକ୍ତିଙ୍କ ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ବନପାଳ ବନିତା ପ୍ରଧାନ କହିଛନ୍ତି।

ସେ ଆହୁରି କହିଛନ୍ତି, ଜଙ୍ଗଲରୁ ବହୁ ମୂଲ୍ୟବାନ କାଠ କଟାଯାଇଥିବା ଆଶଙ୍କା କରାଯାଇଛି । ପୂର୍ବରୁ ଉକ୍ତ କାଠ ଅନ୍ୟ ଜଙ୍ଗଲରୁ ଅଣାଯାଇଥିବା ଓ ସେଥିପାଇଁ ରୟାଲଟି ପ୍ରଦାନ କରାଯାଇଥିବା ଠିକା ସଂସ୍ଥା କହୁଛି। ତେବେ ଏନେଇ ବନ ବିଭାଗ ନିକଟରେ ଏବେ ସୁଦ୍ଧା କୌଣସି ପ୍ରମାଣ ମିଳିନାହିଁ। କେବଳ ବେଆଇନ ଜଙ୍ଗଲରୁ କାଠ ଟ୍ରାକ୍ଟର ଯୋଗେ ଅଣାଯାଉଥିବାବେଳେ ବୁଡ଼ାଗୁଡା ବନପାଳ ଟ୍ରାକ୍ଟର ଠାରୁ ରୟାଲଟି କଟା ଯାଇଥିଲା। ଏଥିସହ ସିମନବାଡି ସେକ୍ସନରେ କାମ କରାଯାଉଥିବା ଉକ୍ତ ପୋଲ ସେଣ୍ଟ୍ରିଙ୍ଗ ପାଇଁ କାଠ ବ୍ୟବହାର କରାଯାଉଥିଲେ ମଧ୍ୟ କୌଣସି ଅନୁମତି ନିଆଯାଇ ନ ଥିନା ବିଭାଗ କହିଛି। ସେହିପରି ବାଲିଗୁଡା ଡିଫଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ କାଠ ଜବତ କରାଯାଉଥିବା ବନପାଳ କହିଛନ୍ତି। ଆମ ଧରିତ୍ରୀ ପ୍ରତିନିଧୀ ଅରୁଣ ସାହୁଙ୍କ ଅଦ୍ୟମ ଚେଷ୍ଟାରେ ଏପରି ପ୍ରଭାବ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?