ମାସ୍କ ପିନ୍ଧି ନ ଥିବାରୁ ଉଠ୍‌ବସ୍‌ ଘଟଣା: ଭିଡିଓ ଭାଇରାଲ ପରେ ତଦନ୍ତ ନିର୍ଦ୍ଦେଶ

ବଇଣ୍ଡା, ୮ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ କଲେଜ ଛକରେ ଶନିବାର ପ୍ରଶାସନ ପକ୍ଷରୁ ଯାଞ୍ଚ ବେଳେ ମାସ୍କ ପିନ୍ଧି ନ ଥିବା ଦୁଇଜଣ ବ୍ୟକ୍ତି ଉଠ୍‌ବସ୍‌ ହେଉଥିବାର ଏକ ଭିଡିଓ ଭାଇରାଲ ହୋଇଛି। ଘଟଣା ଜିଲା ପ୍ରଶାସନ ନଜରକୁ ଆସିବା ପରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଏହାର ତଦନ୍ତ ପାଇଁ ଆଠମଲ୍ଲିକ ଉପଜିଲାପାଳଙ୍କୁ ରବିବାର ନିର୍ଦ୍ଦେଶ ଦେଇଛନ୍ତି।
ଘଟଣାରୁ ଜଣାପଡିଛି, କିଶୋରନଗର ତହସିଲଦାର ଓ ପୋଲିସ ଉପସ୍ଥିତିରେ ଅପରାହ୍ନରେ ମାସ୍କ ଯାଞ୍ଚ କରାଯାଉଥିଲା। ସେହି ସମୟରେ ରାସ୍ତାରେ ଚାଲିକରି ଯାଉଥିବା ୨ ଜଣ ସ୍ଥାନୀୟ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ଆଦୌ ମାସ୍କ ପିନ୍ଧି ନ ଥିବାବେଳେ ଅନ୍ୟ ଜଣେ ଠିକ୍‌ ଭାବେ ମାସ୍କ ପରିଧାନ କରି ନ ଥିଲେ। ଫଳରେ ଉଭୟଙ୍କୁ ୫ ଶହ ଟଙ୍କା ଲେଖାଏ ଜରିମାନା ଦେବାକୁ ତହସିଲଦାର କହିଥିଲେ। କିନ୍ତୁ ଟଙ୍କା ନ ଥିବା କହି ଦୁଇବ୍ୟକ୍ତି କାନ ଧରି ଉଠବସ୍‌ ହୋଇଥିଲେ। ନିକଟସ୍ଥ ଏକ ଘରେ ଲାଗିଥିବା ସିସିଟିଭି କ୍ୟାମେରାରେ ଏହି ଦୃଶ୍ୟ ରେକର୍ଡ ହୋଇଥିଲା। ପରେ ଉକ୍ତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଥିଲା। ଏ ସମ୍ପର୍କରେ ତହସିଲଦାର ଡ. ଲକ୍ଷ୍ମୀପ୍ରସାଦ ସାହୁ କହିଛନ୍ତି, କଲେଜ ଛକଠାରେ ଯାଞ୍ଚ ବେଳେ ସମ୍ପୃକ୍ତ ଦୁଇ ବ୍ୟକ୍ତି ମଦ୍ୟପାନ ସହ ମାସ୍କ ନ ପିନ୍ଧି ଆସୁଥିଲେ। ମାସ୍କ କାହିଁକି ପିନ୍ଧି ନାହଁାନ୍ତି ବୋଲି ପଚାରିବାରୁ ଉଭୟେ ଆଗାମୀ ଦିନରେ ମାସ୍କ ପିନ୍ଧିବେ ବୋଲି କହିବା ସହ ସେଠାରେ ଉଠ୍‌ବସ୍‌ ହୋଇଥିଲେ। କିନ୍ତୁ ଏପରି ଉଠ୍‌ବସ୍‌ ହେବାକୁ ସେ କହି ନ ଥିବା ତହସିଲଦାର ପ୍ରକାଶ କରିଛନ୍ତି। ଏ ନେଇ ଆଠମଲ୍ଲିକ ଉପଜିଲାପାଳ ଲଳିତମୋହନ ବେହେରା କହିଛନ୍ତି, ଘଟଣାର ତଦନ୍ତ ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ପରେ ପ୍ରକୃତ କଥା ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri