ଧାନ ବିଲରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣା: ରହସ୍ୟର ପର୍ଦ୍ଦାଫାଶ କଲେ ଏସ୍‌ପି, ଯୁବତୀଙ୍କ ସହ…

ବଲାଙ୍ଗୀର,୩୦।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଗଏଲପିଟା ଗାଁ କୁମନାଶି ଜଙ୍ଗଲ ନିକଟ ଏକ ଧାନ କିଆରିରୁ ବୁଧବାର ସକାଳେ ଏକ ଯୁବତୀଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ଆଜି ସମ୍ପୃକ୍ତା ଯୁବତୀଙ୍କ ପରିଚୟ ମିଳିବା ପରେ ପୋଲିସ ପକ୍ଷରୁ ଏସ୍‌ପି ଅଭିଳାଷ ଜି ଗୁରୁବାର ଖବରଦାତା ସମ୍ମିଳନୀରେ ହତ୍ୟା ଓ ଧର୍ଷଣ ହୋଇ ନଥିବା କହିଛନ୍ତି। ସମ୍ପୃକ୍ତା ଯୁବତୀ ଜଣଙ୍କ ପାଟଣାଗଡ଼ ଅଞ୍ଚଳ ରତାଖଣ୍ଡି ଗାଁ କୁନ୍ତି ଧରୁଆ (୨୯) । ସେ ଗତ ୨୦ ତାରିଖରୁ ନିଖୋଜ ଥିଲେ। ତାଙ୍କ ପରିବାର ବର୍ଗଙ୍କ ସୂଚନା ଅନୁସାରେ ସେ ମାନସିକ ବିକାର ଗ୍ରସ୍ତ ଥିଲେ। ସେ ଜଣେ ବିବାହିତା। ୨୦୨୧ରୁ ସ୍ବାମୀଙ୍କୁ ଛାଡି ବାପ ଘରେ ରହୁଥିଲେ। ପରିବାର ଲୋକେ ତାଙ୍କର ଚିକିତ୍ସା କରୁଥିଲେ । ତେବେ ଗଣମାଧ୍ୟମରେ ଯୁବତୀଙ୍କୁ ହତ୍ୟା ଧର୍ଷଣ ହୋଇଥିବା ଖବର ପ୍ରକାଶିତ ହେବା ପରେ ଉକ୍ତ ଘଟଣାର ସମ୍ପୂର୍ଣ୍ଣ ରହସ୍ୟକୁ ବଲାଙ୍ଗୀର ଏସପି ଖବରଦାତା ସମ୍ମୀଳନୀ କରି ଲୋକଲୋଚନକୁ ଆଣିଛନ୍ତି। ଏହି ଖବରଦାତା ସମ୍ମିଳନୀର ବଲାଙ୍ଗୀର ଏସଡିପିଓ ସରୋଜ କୁମାର ଉପାଧ୍ୟାୟ ଓ ଦେଓଗାଁ ଥାନା ଅଧିକାରୀ ବୁଲୁ ମୁଣ୍ଡା ଉପସ୍ଥିତ ଥିଲେ l

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri