ନିଖୋଜର ୬ଦିନ ପରେ ବୃଦ୍ଧଙ୍କ ମୃତଦେହ ମିଳିବା ଘଟଣା: ଗୁଣିଗାରେଡି ସନ୍ଦେହରେ ହତ୍ୟା, ୨ ଗିରଫ

ଲାଞ୍ଜିଗଡ଼, ୫ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ କାଣ୍ଡାମା ଗାଁର ବୃଦ୍ଧ ରଘୁ ପାତ୍ର ନିଖୋଜର ୬ଦିନ ପରେ ମୃତଦେହକୁ ପୋଲିସ ଜବତ କରି ସନ୍ଦେହରେ ୪ଜଣଙ୍କୁ ଅଟକ ରଖିଥିବା ବେଳେ ମଙ୍ଗଳବାର ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ନରେଶ ଦୋରା (୩୦) ଓ ପ୍ରଦୀପ ନାଏକ (୩୦)। ଏ ନେଇ ଥାନାରେ ଏକ ମାମଲା (ନଂ.୫୩/୨୫) ରୁଜୁ କରାଯାଇ ଅଭିଯୁକ୍ତ ଦ୍ୱୟଙ୍କୁ କୋର୍ଟ ଚାଲାଣ କରାଯାଇଛି। ଗୁଣିଗାରେଡି ସନ୍ଦେହରେ ହତ୍ୟାକାଣ୍ଡ ଘଟିଥିବା ଥାନା ଅଧିକାରୀ ତୁଳସୀରାମ ଶବର ପ୍ରକାଶ କରିଛନ୍ତି। ସୂଚନାନୁସାରେ ଗତ ୩୦ ତାରିଖରେ ରଘୁ ନିକଟସ୍ଥ ବଣ୍ଡେଲ ଗ୍ରାମକୁ ଯାଇ ଘରକୁ ନ ଫେରି ନ ଥିଲେ। ଖୋଜାଖୋଜି କରି ନ ପାଇବାରୁ ୩୧ରେ ରଘୁଙ୍କ ପୁଅ ମୁରଲୀ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଥାନାଧିକାରୀ ଶବରଙ୍କ କହିବା ଅନୁଯାୟୀ, ତଦନ୍ତ ପରେ ଉକ୍ତ ଗ୍ରାମର ସୁଶାନ୍ତ ହରିଜନ(୨୫), ନରେଶ ଦୋରା (୩୦), ଓ ପ୍ରଦୀପ ନାଏକ(୩୦)ଙ୍କୁ ଥାନାକୁ ଆଣି ପଚରାଉଚୁରା କରିଥିଲୁ। ଅଭିଯୁକ୍ତ ନରେଶର ବାପା ଦୁଃଶାସନଙ୍କ ମାସେ ତଳେ ମୃତ୍ୟୁ ଘଟିଥିଲା। ରଘୁ ତାଙ୍କୁ ଗୁଣି କରି ମାରିଥିବା ନରେଶଙ୍କ ପରିବାର ସନ୍ଦେହ କରୁଥିଲେ। ସେଇଦିନଠୁ ସେ ରଘୁଙ୍କ ଉପରେ ରାଗ ରଖିଥିଲେ। କେରଳରୁ ସେ ଗାଁକୁ ଫେରିବା ପରେ ୩୦ ତାରିଖ ସାରେ ରଘୁ ନିକଟସ୍ଥ ବଣ୍ଡେଲ ଗାଁରୁ ଫେରୁଥିବା ବେଳେ ନିଛାଟିଆ ସ୍ଥାନରେ ଆକ୍ରମଣ କରି ହତ୍ୟା କରିଥିଲେ। ତିନିଜଣଙ୍କୁ ଜେରା କରିବା ପରେ ରଘୁଙ୍କୁ ମାରି ବାଇକ୍‌ ଯୋଗେ ନେଇ ରାୟଗଡା ଜିଲା ଆମ୍ବାଦୋଳାଠାରୁ ଦହିଖାଲକୁ ସଂଯୋଗ କରୁଥିବା ମଞ୍ଜୁରକୁପା ନିକଟ ରେଳଧାରଣାରେ ଫୋପାଡିଥିବା ସ୍ବୀକାର କରିଥିଲେ। ୩୧ରେ ଆମ୍ବାଦୋଳା ରେଳବାଇ ପୋଲିସ ଅଜଣା ବୃଦ୍ଧଙ୍କ ମୃତଦେହ ଜବତ କରି ରାୟଗଡା ଡାକ୍ତରଖାନାକୁ ନେଇଥିଲା। ସୋମବାର ବିଶ୍ୱନାଥପୁର ପୋଲିସ ଆମ୍ବାଦୋଳା ରେଳବାଇ ପୋଲିସ ସହ ଯୋଗାଯୋଗ କରି ପରିବାର ଲୋକଙ୍କ ସହିତ ରାୟଗଡ଼ା ଯାଇ ମୃତଦେହ ଜବତ କରିବା ସହିତ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?