ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବାଲେଶ୍ୱର/ବସ୍ତା, ୮।୭( ହରିଶଙ୍କର ପାଢ଼ୀ/ବାଞ୍ଛାନିଧି ଦେ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା ଘଟିଛି। ଆଗରେ ଛିଡ଼ା ହୋଇଥିବା କଣ୍ଟେନର ପଛରୁ ଧକ୍କା ଦେଲା ମିନିବସ୍‌ । ଫଳରେ ସମସ୍ତ ୧୬ ଜଣ ଯାତ୍ରୀ ଗୁରୁତର ହୋଇଥିବା ଜଣାଯାଇଛି। ମିଳିଥିବା ସୂଚନା ଅନୁସାରେ, ବୁଧବାର ଭୋର ସମୟରେ କୁଣ୍ଡପୁର ଛକ ନିକଟରେ ଏକ କଣ୍ଟେନର ଅଟକିଥିଲା। ସେହିସମୟରେ ପୁରୀରୁ ଜଗା ଦର୍ଶନ ସାରି ପଶ୍ଚିମବଙ୍ଗର ୧୬ ଜଣକୁ ନେଇ ଫେରୁଥିବା ଓଡ଼ି୦୧ଜେଡ୬୮୦୪ ଏକ ମିନିବସ୍‌ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ସମସ୍ତ ୧୬ ଜଣ ଗୁରୁତର ହୋଇଥିଲେ। ଖବରପାଇ ଆମ୍ବୁଲାନ୍ସ, ବସ୍ତା ଦମକଳବାହିନୀ ପୋଲିସ ଉପସ୍ଥିତିରେ ସମସ୍ତଙ୍କୁ ଉଦ୍ଧାର କରିଥିଲେ। ୨ ଜଣ ଅତି ଗୁରୁତରଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ ହୋଇଥିବା ବେଳେ ଅନ୍ୟ ୧୪ ଜଣଙ୍କୁ ବସ୍ତା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ତେବେ ଡ୍ରାଇଭରର ଅସାବଧାନତା ଯୋଗୁ ବା ଡ୍ରାଇଭରକୁ ନିଦ ଲାଗିଯାଇଥିବାରୁ ଏଭଳି ଘଟଣା ଘଟିଥାଇପାରେ ବୋଲି ପ୍ରାରମ୍ଭିକ ତଦନ୍ତରୁ ଜଣଯାଇଛି। ଏହାସହ ଟ୍ରକ୍‌ର ପଛ ପଟେ କୌଣସି ଲାଲ ଲାଇଟ ନଥିବା ମଧ୍ୟ କୁହାଯାଉଛି। ୧୪ ଜଣ ଯାତ୍ରୀଙ୍କ ମଧ୍ୟରୁ ୫ ଜଣ ପିଲା ୪ ଜଣ ମହିଳା ଅନ୍ୟ ପୁରୁଷ ଯାତ୍ରୀ ଅଛନ୍ତି। ତେବେ ବାରମ୍ବାର ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ବଢ଼ି ଚାଲିଥିଲେ ମଧ୍ୟ ପ୍ରଶାସନ ତରଫରୁ ରାସ୍ତା ପାର୍ଶ୍ୱରେ ଖୋଲି ଉଠିଥିବା ଢାବା ପାଖରେ ରାସ୍ତା ଅବରୋଧ କରି ଠିଆ ହୋଇଥିବା ଗାଡିଗୁଡ଼ିକ ଉପରେ କୌଣସି ପଦକ୍ଷେପ ନେଉନଥିବା ଜଣାଯାଇଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri