ବାଲେଶ୍ବରରୁ କୁପାରୀ ଆସୁଥିବାବେଳେ ଅଘଟଣ: ଦୋକାନ ଭିତରକୁ ମାଡିଗଲା ବସ୍‌, ତା’ପରେ…

ଖଇରା,୫।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବରରୁ ସୋର ଯାଉଥିବା ଅନନ୍ୟା ବସ୍‌ ଖଇରା ପ୍ରାଣୀ ଚିକିତ୍ସାକେନ୍ଦ୍ର ନିକଟରେ ଭାରସାମ୍ୟ ହରାଇ ଏକ ଦୋକାନ ଉପରକୁ ମାଡିଯାଇଛି। ଫଳରେ ଜଣେ ଆହତ ହୋଇଥିବାବେଳେ ଦୋକାନଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି । ଖଇରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସ୍‌କୁ ଜବତ କରି ଥାନାକୁ ଆଣିଛନ୍ତି । ଆହତ ଜଣଙ୍କ ହେଲେ ନନ୍ଦୁର ଗ୍ରାମର ମାଳତୀ ମହାନ୍ତି । ତାଙ୍କର ମସ୍ତିଷ୍କରେ ଆଘାତ ଲାଗିଥିବା ବେଳେ ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ଖଇରା ଓ ପରେ ଭଦ୍ରକ ସ୍ଥାନାନ୍ତର କରାଯାଇଛି । ପ୍ରତ୍ୟେକ ଦିନ ପରି ବାଲେଶ୍ବରରୁ କୁପାରୀ ଆସୁଥିବା ଏହି ଅନନ୍ୟା ନାମକ ବସ(ଓଡି୦୧ବିଏ ୨୬୨୭)ଖଇରା ପ୍ରାଣୀ ଚିକିତ୍ସାକେନ୍ଦ୍ର ନିକଟରେ ଭାରସାମ୍ୟ ହରାଇ ଆଳଦା ଗ୍ରାମର ମଣ୍ଟୁ ଦାସଙ୍କ ଘର ଉପରୁ ମାଡି ଯାଇଥିଲା । ଫଳରେ ତାଙ୍କର ଚାଓମିନ ଦୋକାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ନନ୍ଦୁର ଗ୍ରାମର ମାଳତୀଙ୍କ ମୁଣ୍ଡରେ ଆଘାତ ଯୋଗୁ ତାଙ୍କୁ ଖଇରାରେ ଚିକିତ୍ସା ପରେ ବାଲେଶ୍ବର ସ୍ଥାନାନ୍ତର କରାଯାଇଛି। ଅନ୍ୟଯାତ୍ରୀମାନଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ବିଜେଡି ସଭାପତି ରାଜେନ୍ଦ୍ର ଦାସ ଆହତଙ୍କୁ ମେଡିକାଲରେ ଭେଟି ଚିକିତ୍ସା ସମ୍ପର୍କରେ ପଚାରି ବୁଝିଥିଲେ । କିଛି ଡ୍ରାଇଭରଙ୍କୁ ନିଦ ଲାଗିବା ଦୁର୍ଘଟଣାର କାରଣ ବୋଲି କହୁଥିବା ବେଳେ ଆଉ କେହି ଷ୍ଟିୟରିଂ ଫେଲ ଯୋଗୁ ଏହି ଘଟଣା ଘଟିଥାଇପାରେ ବୋଲି ସନ୍ଦେହ ପ୍ରକଟ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri