ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ ବଢ଼ିଯିବାରୁ ଦଳ ସଫା କାର୍ଯ୍ୟରେ ନିୟୋଜିତ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର  ହୋଇଛନ୍ତି।

ମୃତ ଶ୍ରମିକ ହେଉଛନ୍ତି ମାଲୁଅ ଗ୍ରାମର ବାବୁଲି ସେଠୀ। ସେହିପରି ଗୁରୁତର ଆହତ ଉକ୍ତ  ଗ୍ରାମର ପିତାମ୍ବର ସେଠୀଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଘଟଣାରୁ ଉଦ୍ଧାର ପାଇଥିବା ବିଶ୍ୱସୁନ୍ଦର ସେଠୀଙ୍କ କହିବା ଅନୁସାରେ, ଜିଲା ଡ୍ରେନେଜ ବିଭାଗ ପକ୍ଷରୁ ଗୋବରୀ ନଦୀରେ ଜମିଥିବା ଦଳ ସଫା କରିବା ପାଇଁ ମୋଟ ୮ ଜଣ ଶ୍ରମିକ କାର୍ଯ୍ୟ କରୁଥିଲେ। ଏହି ସମୟରେ ନଦୀରେ ବନ୍ୟାଜଳର ସ୍ରୋତ ହଠାତ୍ ବଢ଼ିଯାଇଥିଲା। ଫଳରେ କଢ଼ାଯାଇଥିବା ଦଳ ଶ୍ରମିକମାନଙ୍କ ଉପରେ ପଡ଼ିଯାଇଥିଲା।

ଏଥିରେ ୬ ଜଣ ଶ୍ରମିକ ଉଦ୍ଧାର ପାଇଥିବାବେଳେ ବାବୁଲି ସେଠୀ ଓ ପିତାମ୍ବର ସେଠୀ ଦଳ ଭିତରେ ଚାପି ହୋଇ ରହିଯାଇଥିଲେ। ପରେ ସେମାନଙ୍କୁ ଉଦ୍ଧାର କରାଯାଇ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ବାବୁଲି ସେଠୀଙ୍କୁ ମୃତ ଘୋଷଣା କରିଥିଲେ।

ଘଟଣା ପରେ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅପରପକ୍ଷରେ, ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଡ୍ରେନେଜ ବିଭାଗର କୌଣସି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିନଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri