ବଳାତ୍କାର ପୀଡ଼ିତାଙ୍କୁ ପୋଲିସ ଭ୍ୟାନ୍‌ରେ ଦୀର୍ଘ ଘଣ୍ଟା ଅପେକ୍ଷା କରିବା ଘଟଣା: ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ

କେନ୍ଦୁଝର,୨୫ା୧(ସ୍ବ.ପ୍ର.): ସୋସୋ ଥାନା ଅଞ୍ଚଳରେ ଘଟିଥିବା ଜଣେ ୩୭ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର ଘଟଣାକୁ ନେଇ ଜାତୀୟ ମାନାବାଧିକାର କମିଶନ ନିକଟରେ ଅଭିଯୋଗ ହୋଇଛି। ଗତ ଜାନୁୟାରୀ ୧୮ତାରିଖରେ ଏହି ଘଟଣା ଘଟିଥିବାବେଳେ ୧୯ ତାରିଖରେ ପୀଡ଼ିତାଙ୍କ ଡାକ୍ତରୀ ପରୀକ୍ଷା ପାଇଁ ପୋଲିସ ମେଡିକାଲ ନେଇଥିଲା। ତେବେ ଗୋଟିଏ ମେଡିକାଲରୁ ଆଉ ଗୋଟିଏ ମେଡିକାଲକୁ ନେବା ଆଣିବାରେ ଡାକ୍ତରୀ ଯାଞ୍ଚରେ ବିଳମ୍ବ ହେବାରୁ ପୀଡ଼ିତାଙ୍କୁ ପ୍ରାୟ ୧୨ ଘଣ୍ଟା ଧରି ପୋଲିସ ଭ୍ୟାନ୍‌ରେ ଅପେକ୍ଷା କରିବାକୁ ପଡ଼ିଥିଲା। ଏହି ଘଟଣାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା।

ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଜାତୀୟ ମାନାବାଧିକାର କମିଶନ ନିକଟରେ ଅଭିଯୋଗ କରି ପୀଡ଼ିତାଙ୍କୁ ୨୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ସହ ଏହାର ପ୍ରମାଣପତ୍ର ୩ ସପ୍ତାହ ମଧ୍ୟରେ କମିଶନ ନିକଟରେ ଦାଖଲ କରିବାକୁ ନିବେଦନ କରିଛନ୍ତି। ସେହିପରି ୩ ସପ୍ତାହ ମଧ୍ୟରେ ସବିଶେଷ କାର୍ଯ୍ୟାନୁଷ୍ଠାନ ରିପୋର୍ଟ କମିଶନ ନିକଟରେ ଦାଖଲ କରିବାକୁ ଏସ୍‌ପି କେନ୍ଦୁଝରଙ୍କୁ ଆଦେଶ କରିବାକୁ କହିଛନ୍ତି। ଏହାଛଡ଼ା ଦାୟିତ୍ୱରେ ଖିଲାପ କରିଥିବା ଡାକ୍ତରମାନଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ତାହାର ସବିଶେଷ ତଥ୍ୟ ଓଡ଼ିଆ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଆଦେଶ କରିବା ପାଇଁ ନିବେଦନ କରିଛନ୍ତି। କମିଶନ ୧୪୭୦/୨୦୨୩ରେ ଅଭିଯୋଗକୁ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri