ବଳାତ୍କାର ପୀଡ଼ିତାଙ୍କୁ ପୋଲିସ ଭ୍ୟାନ୍‌ରେ ଦୀର୍ଘ ଘଣ୍ଟା ଅପେକ୍ଷା କରିବା ଘଟଣା: ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ

କେନ୍ଦୁଝର,୨୫ା୧(ସ୍ବ.ପ୍ର.): ସୋସୋ ଥାନା ଅଞ୍ଚଳରେ ଘଟିଥିବା ଜଣେ ୩୭ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର ଘଟଣାକୁ ନେଇ ଜାତୀୟ ମାନାବାଧିକାର କମିଶନ ନିକଟରେ ଅଭିଯୋଗ ହୋଇଛି। ଗତ ଜାନୁୟାରୀ ୧୮ତାରିଖରେ ଏହି ଘଟଣା ଘଟିଥିବାବେଳେ ୧୯ ତାରିଖରେ ପୀଡ଼ିତାଙ୍କ ଡାକ୍ତରୀ ପରୀକ୍ଷା ପାଇଁ ପୋଲିସ ମେଡିକାଲ ନେଇଥିଲା। ତେବେ ଗୋଟିଏ ମେଡିକାଲରୁ ଆଉ ଗୋଟିଏ ମେଡିକାଲକୁ ନେବା ଆଣିବାରେ ଡାକ୍ତରୀ ଯାଞ୍ଚରେ ବିଳମ୍ବ ହେବାରୁ ପୀଡ଼ିତାଙ୍କୁ ପ୍ରାୟ ୧୨ ଘଣ୍ଟା ଧରି ପୋଲିସ ଭ୍ୟାନ୍‌ରେ ଅପେକ୍ଷା କରିବାକୁ ପଡ଼ିଥିଲା। ଏହି ଘଟଣାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା।

ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଜାତୀୟ ମାନାବାଧିକାର କମିଶନ ନିକଟରେ ଅଭିଯୋଗ କରି ପୀଡ଼ିତାଙ୍କୁ ୨୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ସହ ଏହାର ପ୍ରମାଣପତ୍ର ୩ ସପ୍ତାହ ମଧ୍ୟରେ କମିଶନ ନିକଟରେ ଦାଖଲ କରିବାକୁ ନିବେଦନ କରିଛନ୍ତି। ସେହିପରି ୩ ସପ୍ତାହ ମଧ୍ୟରେ ସବିଶେଷ କାର୍ଯ୍ୟାନୁଷ୍ଠାନ ରିପୋର୍ଟ କମିଶନ ନିକଟରେ ଦାଖଲ କରିବାକୁ ଏସ୍‌ପି କେନ୍ଦୁଝରଙ୍କୁ ଆଦେଶ କରିବାକୁ କହିଛନ୍ତି। ଏହାଛଡ଼ା ଦାୟିତ୍ୱରେ ଖିଲାପ କରିଥିବା ଡାକ୍ତରମାନଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ତାହାର ସବିଶେଷ ତଥ୍ୟ ଓଡ଼ିଆ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଆଦେଶ କରିବା ପାଇଁ ନିବେଦନ କରିଛନ୍ତି। କମିଶନ ୧୪୭୦/୨୦୨୩ରେ ଅଭିଯୋଗକୁ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri