ବିନା ଅନୁମତିରେ ୩୮ ଏସି ଲାଗିବା ଘଟଣା: ଏଡିଏମ୍‌ଙ୍କ ନେତୃତ୍ୱରେ ତଦନ୍ତ

ଅନୁଗୋଳ ଅଫିସ୍‌, ୫।୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜେନେରାଲ ଇଲେକ୍ଟ୍ରିକାଲ ଡିଭିଜନ (ଜିଇଡି)ର ବିନା ଅନୁମତିରେ ୩୮ଟି ଏସି ଲଗାଯାଇଥିବା ଘଟଣାର ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ ପ୍ରଧାନଙ୍କ ନେତୃତ୍ୱରେ ୩ ଜଣିଆ ଟିମ୍‌ ଶନିବାର ମେଡିକାଲରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ଚିକିତ୍ସାଳୟ ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଜିଲାପାଳ, ଆସିଷ୍ଟାଣ୍ଟ କଲେକ୍ଟର ସୁବ୍ରତ ବେହେରା, ଡିଏମଏଫ୍‌ ବିଭାଗର ବିତ୍ତ ଅଧିକାରୀ ଏ ସଂକ୍ରାନ୍ତରେ ଖୋଳତାଡ଼ କରିଛନ୍ତି। ଟେଣ୍ଡରଠାରୁ ଆରମ୍ଭ କରି ଜିଇଡିର ଅନୁମତି ସମ୍ପର୍କରେ ତନାଘନା କରାଯାଇଛି। ଏହି ସମୟରେ ସିଡିଏମ୍‌ଓ, ମେଡିକାଲ ମ୍ୟାନେଜର ପ୍ରମୁଖଙ୍କ ସହ ଏସି କିଣିଥିବା ଠିକା କର୍ମଚାରୀ ମଧ୍ୟ ଉପସ୍ଥିତ ଥିଲେ।
ଏସି ଲଗାଇବା ପୂର୍ବରୁ ଜିଇଡିର ଅନୁମତି ନିଆଯାଇ ନ ଥିବା, ଜଣେ ବ୍ୟକ୍ତିଙ୍କୁ ଦୁଇଟି ଅଲଗା ଟେଣ୍ଡର କରି ଏସି କିଣାଯାଇଥିବା, ଏ ନେଇ ମେଡିକାଲ ମ୍ୟାନେଜରଙ୍କୁ ଅବଗତ କରାଯାଇ ନ ଥିବା ସମ୍ପର୍କିତ ପ୍ରମାଣ ତଦନ୍ତକାରୀ ଟିମ୍‌ ହାତରେ ଲାଗିଥିବା ଜଣାପଡିଛି। ଏପରି କି ମେଡ଼ିକାଲ ମ୍ୟାନେଜର ଏ ବାବଦରେ ଅବଗତ ନ ଥିବା କଥା ତଦନ୍ତକାରୀ ଟିମ୍‌ ଲିଖିତ ଭାବେ ନେଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ଦୀର୍ଘ ଦେଢ଼ ଘଣ୍ଟା ଧରି ଠିକା କର୍ମଚାରୀ ଓ ମେଡିକାଲ କର୍ତ୍ତୃପକ୍ଷଙ୍କୁ ପଚରାଉଚରା ପରେ ଏସି ଲାଗିଥିବା ସ୍ଥାନଗୁଡ଼ିକ ତଦନ୍ତକାରୀ ଟିମ୍‌ ପରିଦର୍ଶନ କରିବା ସହ ଫଟୋ ଉଠାଇଥିଲେ। ଏଥିସହ ଏସି ସମ୍ପର୍କିିତ ବିଭିନ୍ନ ଦସ୍ତାବିଜ୍‌ ସଂଗ୍ରହ କରି ନେଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ଜିଇଡିର ଅଧିକାରୀଙ୍କ ସହ ଆଲୋଚନା କରାଯିବ ବୋଲି ତଦନ୍ତକାରୀ ଟିମ୍‌ କହିଛି।
ଏ ନେଇ ସିଡିଏମ୍‌ଓ ଅଭୟ କୁମାର ଦାସ କହିଛନ୍ତି, ବିନା ଅନୁମତିରେ ଲଗାଯାଇଥିବା ଏସିଗୁଡ଼ିକ ସମ୍ପର୍କରେ ତଦନ୍ତ ଆରମ୍ଭ ହୋଇଛି। ଅତିରିକ୍ତ ଜିଲାପାଳଙ୍କ ସହ ଏକ ଟିମ୍‌ ଆସି ଘଟଣାର ତଦନ୍ତ କରିଛନ୍ତି। ସୂଚନାଯୋଗ୍ୟ, ମେଡିକାଲରେ ବିନା ଅନୁମତିରେ ୩୮ ଏସି ଲଗାଯାଇଥିବା ସମ୍ପର୍କରେ ଗତ ଜୁନ୍‌ ୨୧ ତାରିଖରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ତଦନ୍ତ ପାଇଁ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri