‘ଏସ୍‌ଆଇଟିରେ ନିରପେକ୍ଷ ବିଶେଷଜ୍ଞଙ୍କୁ ସାମିଲ କରାଯାଉ’

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଆଠଗଡ଼ ବନଖଣ୍ଡରେ ମାଟିତଳୁ ଏକାଧିକ ହାତୀ କଙ୍କାଳ ଉଦ୍ଧାର ଓ ଗୁଳିବିଦ୍ଧ ଦନ୍ତା ମୃତ୍ୟ ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର ଗୁରୁବାର ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି) ଗଠନ କରିଛନ୍ତି। ଏଥିରେ ବନ ବିଭାଗର ଦୁଇଜଣ ଅଧିକାରୀ ଥିବାବେଳେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ଜଣେ ଅଧିକାରୀ ରହିଛନ୍ତି। ସିସିଏଫ୍‌ ମନୋଜ ନାୟାରଙ୍କ ନେତୃତ୍ୱରେ ଏହି ଟିମ୍‌ ତଦନ୍ତ କରିବ। ରାଜ୍ୟ ସରକାରଙ୍କ ଏଭଳି ପଦକ୍ଷେପକୁ ବନ୍ୟପ୍ରାଣୀ ବିଶେଷଜ୍ଞମାନେ ସ୍ବାଗତ କରିଥିବାବେଳେ ବେସରକାରୀ ବିଶେଷଜ୍ଞଙ୍କୁ ରଖାଯାଇ ନ ଥିବାରୁ କ୍ଷୋଭ ପ୍ରକାଶ କରିଛନ୍ତି। ନିରପେକ୍ଷ ତଦନ୍ତ ପାଇଁ ଅତି କମ୍‌ରେ ଜଣେ ସ୍ବାଧୀନ ବିଶେଷଜ୍ଞ(independent expert)ଙ୍କୁ ଏହି ଟିମ୍‌ରେ ସାମିଲ କରିବା ପାଇଁ ଦାବି ହେଉଛି। ଏ ନେଇ ଓଡ଼ିଶା ବନ୍ୟପ୍ରାଣୀ ସମିତି ସମ୍ପାଦକ ବିଶ୍ୱଜିତ ମହାନ୍ତି ଏବଂ ଆନିମଲ ଓ୍ବେଲ୍‌ଫେୟାର ଟ୍ରଷ୍ଟ ଏକାମ୍ରର ସମ୍ପାଦକ ପୂରବୀ ପାତ୍ର ମିଳିତ ଭାବେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସଚିବଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରାଯାଇଛି ଯେ, ବନ କର୍ମଚାରୀଙ୍କ ଦାୟିତ୍ୱହୀନତା ପାଇଁ ଏଭଳି ଘଟଣା ଘଟୁଛି। ପୁଣି ସମାନ ବିଭାଗର ଅଧିକାରୀଙ୍କୁ ସାମିଲ କରାଯାଇଥିବାରୁ ତଦନ୍ତରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ତେଣୁ ଏଥିରେ ଜଣେ ବିଶେଷଜ୍ଞଙ୍କୁ ସାମିଲ କରାଯାଉ, ଯିଏ କି ଅତୀତରେ ସରକାରଙ୍କଠାରୁ କୌଣସି ଆର୍ଥିକ ସହାୟତା ପାଇ ନ ଥିବେ। ଏହାଦ୍ୱାରା ତଦନ୍ତରେ ସ୍ବଚ୍ଛତା ରହିବ। ଯଦି ସରକାର ଚାହିଁବେ ତେବେ ସମିତି ପକ୍ଷରୁ ଉପଯୁକ୍ତ ବିଶେଷଜ୍ଞଙ୍କ ନାମ ସୁପାରିସ କରିପାରିବ ବୋଲି ବିଶ୍ୱଜିତ କହିଛନ୍ତି। ଏହି ଚିଠିର ନକଲ ପିସିସିଏଫ୍‌(ବନ୍ୟପ୍ରାଣୀ) ଏବଂ ପରିବେଶ, ଜଙ୍ଗଲ ଓ ଜଳବାୟୂ ପରିବର୍ତ୍ତନ ମନ୍ତ୍ରଣାଳୟକୁ ମଧ୍ୟ ପଠାଇଛନ୍ତି।
ଅପରପକ୍ଷେ ଶୁକ୍ରବାର ଏ ନେଇ ବିଭାଗୀୟ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି, ରାଜ୍ୟ ସରକାର ଏହି ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି। ଏସ୍‌ଆଇଟି ଏହାର ତଦନ୍ତ କରିବ। ମାସକ ଭିତରେ ରିପୋର୍ଟ ଦେବା ପାଇଁ କୁହାଯାଇଛି। ଏସ୍‌ଆଇଟି ରିପୋର୍ଟରେ ଯେଉଁମାନେ ଦୋଷୀ ବାହାରିବେ, ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ଚଳିତ ମାସ ଆଠଗଡ଼ ବନଖଣ୍ଡରେ ତିନୋଟି ହାତୀ କଙ୍କାଳ ମାଟି ତଳୁ ମିଳିଥିଲା। ସେହିଭଳି ଏକ ଗୁଳିବିଦ୍ଧ ହାତୀଟିର ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ଘଟିଥିଲା। ଏସବୁ ଘଟଣା ଆଠଗଡ଼ ବନଖଣ୍ଡର ଦାୟିତ୍ୱହୀନତାକୁ ପଦାରେ ପକାଇଥିଲା। ବିଭିନ୍ନ ଘଟଣା ପାଇଁ ଆଠଗଡ଼ର ୫ଜଣ ରେଜଞ୍ଜରଙ୍କ ମଧ୍ୟରୁ ୪ଜଣଙ୍କୁ ନିଲମ୍ବନର କରାଯାଇଛି। ଗୋଟିଏ ବନଖଣ୍ଡରେ ୪ଜଣ ରେଞ୍ଜର ନିଲମ୍ବନ ହେବା ନିଶ୍ଚିତ ଭାବେ ବିଭାଗର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ସୃଷ୍ଟି କରିଛି। ଏ ସମସ୍ତ ଘଟଣାକୁ ନେଇ ବନ୍ୟପ୍ରାଣୀ ବିଶେଷଜ୍ଞମାନେ ତୀବ୍ର ସମାଲୋଚନା କରିବା ପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଗୋଚର କରାଯାଇଥିଲା। ଏହାପରେ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଏ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ରିପୋର୍ଟ ପ୍ରଦାନ କରିବା ପାଇଁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୂ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଚିଠି ଲେଖାଯାଇଥିଲା। କେନ୍ଦ୍ରର ତାଗିଦ ପରେ ରାଜ୍ୟ ସରକାର ତତ୍ପରତା ଦେଖାଇ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri