Posted inରାଜ୍ୟ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ବିଧବା ଝିଅଙ୍କୁ ଅନ୍ତର୍ଭୁକ୍ତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୫(ସୁନିତ୍‌ ମିଶ୍ର): ଲୋକସେବା ଭବନଠାରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ରାଜ୍ୟର ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ କାର୍ଯ୍ୟକାରୀ ହେଉଥିବା ‘ଆମେ ପଢ଼ିବା ଆମ ଭାଷାରେ’ ଏବଂ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେବାକୁ ଥିବା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ବିଧବା ଝିଅମାନଙ୍କୁ ଅନ୍ତର୍ଭୁକ୍ତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଗରିବ ବାପା, ମା’ଙ୍କ ଉପରୁ ଝିଅ ବାହାଘରର ବୋଝ ହାଲ୍‌କା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ କାର୍ଯ୍ୟକାରୀ ହେବାକୁ ଥିବା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ସମ୍ପର୍କରେ ଆଲୋଚନା ହୋଇଛି। ଏହି ଯୋଜନାରେ ବିଧବା ଝିଅମାନଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏହାସହ ସରକାରୀ ସ୍ତରରେ ଝିଅ ପାଇଁ ଉପହାର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ବିବାହକୁ ସାମୂହିକ ସ୍ତରରେ ଆୟୋଜନ କରିବା ପାଇଁ ମଧ୍ୟ ସେ ଗୁରୁତ୍ୱ ଦେଇଛନ୍ତି। ଯଥାଶୀଘ୍ର ସମସ୍ତ ପ୍ରକ୍ରିୟା ସମ୍ପନ୍ନକରି ଏହି ଯୋଜନାର ଶୁଭାରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ଦାୟିତ୍ୱ ଦେଇଛନ୍ତି।
ବର୍ତ୍ତମାନ ରାଜ୍ୟର ୧୫ ଜିଲାର ୧୦,୬୨୯ ଅଙ୍ଗନଓ୍ବାଡି କେନ୍ଦ୍ରରେ ୧୭ଟି ଦେଶୀୟ ଭାଷାରେ ପିଲାମାନଙ୍କୁ ପ୍ରାରମ୍ଭିକ ଶ୍ରେଣୀରେ ନିଜ ମାତୃଭାଷାରେ ଶିକ୍ଷାଦାନ କରାଯାଉଛି। ଏହିସବୁ ଭାଷା ହେଉଛି ଦେଶିଆ, ଭୂମିଜ, ବିଞ୍ଝାଲ, ଗୋଣ୍ଡି, ହୋ, ସାଦ୍ରି, ଖଡ଼ିଆ, ବଣ୍ଡା, ମୁଣ୍ଡା, କୋୟା, କୁଭି, କୁଇ, ସଉରା, ସାନ୍ତାଳୀ, ଓରାମ୍‌, କିଷାନ ଏବଂ ଜୁଆଙ୍ଗ। ସୂଚନାଯୋଗ୍ୟ, ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଏହି ମାତୃଭାଷା ଭିତ୍ତିକ ପ୍ରାକ୍‌ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଗ୍ରହଣ କରିବାରେ ଓଡ଼ିଶା ଦେଶରେ ପ୍ରଥମ। ଜାତୀୟ ଶିକ୍ଷାନୀତି ୨୦୨୦ରେ ମଧ୍ୟ ଏହି ବହୁଭାଷୀ ପ୍ରାକ୍‌ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଛନ୍ତି, ଫାଉଣ୍ଡେଶନ ଷ୍ଟେଜ୍‌ରେ ନିଜ ମାତୃଭାଷାରେ ପିଲାକୁ ଶିକ୍ଷା ପ୍ରଦାନକଲେ ତା’ର ଆତ୍ମବିଶ୍ୱାସ ବଢ଼ିବ ଏବଂ ଆଗାମୀ ଦିନରେ ପାଠ ପ୍ରତି ତା’ର ଆଗ୍ରହ ବଢ଼ିବା ସହ ସହଜ ମଧ୍ୟ ହେବ। ପିଲାମାନଙ୍କୁ ତାଙ୍କ ନିଜ ପରିବେଶରେ ସେ ଦେଖୁଥିବା ବସ୍ତୁ, ପ୍ରାଣୀ, କିମ୍ବା ବ୍ୟବହୃତ ସାମଗ୍ରୀ ସମ୍ପର୍କିତ ଚିତ୍ର ପ୍ରଦର୍ଶନ ମାଧ୍ୟମରେ ସଚିତ୍ର ପୁସ୍ତକ ପ୍ରକାଶନ ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

‘ହଁ ମୁଁ ଏକଛତ୍ରବାଦୀ’, ଡାଭୋସରେ ଏମିତି ବୟାନ ଦେଲେ ଟ୍ରମ୍ପ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଡାଭୋସ,୨୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ଏବଂ ତାଙ୍କ ଆକ୍ରମଣାତ୍ମକ ଶୈଳୀ ବିରୁଦ୍ଧରେ ବିଶ୍ୱ ସ୍ତରରେ ପ୍ରତିବାଦର ସ୍ବର ବଢ଼ୁଛି। ଭେନେଜୁଏଲା ଏବଂ ଗ୍ରୀନଲାଣ୍ଡ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri