Posted inରାଜ୍ୟ

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ବିଧବା ଝିଅଙ୍କୁ ଅନ୍ତର୍ଭୁକ୍ତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୫(ସୁନିତ୍‌ ମିଶ୍ର): ଲୋକସେବା ଭବନଠାରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ରାଜ୍ୟର ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ କାର୍ଯ୍ୟକାରୀ ହେଉଥିବା ‘ଆମେ ପଢ଼ିବା ଆମ ଭାଷାରେ’ ଏବଂ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେବାକୁ ଥିବା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ବିଧବା ଝିଅମାନଙ୍କୁ ଅନ୍ତର୍ଭୁକ୍ତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଗରିବ ବାପା, ମା’ଙ୍କ ଉପରୁ ଝିଅ ବାହାଘରର ବୋଝ ହାଲ୍‌କା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ କାର୍ଯ୍ୟକାରୀ ହେବାକୁ ଥିବା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ସମ୍ପର୍କରେ ଆଲୋଚନା ହୋଇଛି। ଏହି ଯୋଜନାରେ ବିଧବା ଝିଅମାନଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏହାସହ ସରକାରୀ ସ୍ତରରେ ଝିଅ ପାଇଁ ଉପହାର ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ବିବାହକୁ ସାମୂହିକ ସ୍ତରରେ ଆୟୋଜନ କରିବା ପାଇଁ ମଧ୍ୟ ସେ ଗୁରୁତ୍ୱ ଦେଇଛନ୍ତି। ଯଥାଶୀଘ୍ର ସମସ୍ତ ପ୍ରକ୍ରିୟା ସମ୍ପନ୍ନକରି ଏହି ଯୋଜନାର ଶୁଭାରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ଦାୟିତ୍ୱ ଦେଇଛନ୍ତି।
ବର୍ତ୍ତମାନ ରାଜ୍ୟର ୧୫ ଜିଲାର ୧୦,୬୨୯ ଅଙ୍ଗନଓ୍ବାଡି କେନ୍ଦ୍ରରେ ୧୭ଟି ଦେଶୀୟ ଭାଷାରେ ପିଲାମାନଙ୍କୁ ପ୍ରାରମ୍ଭିକ ଶ୍ରେଣୀରେ ନିଜ ମାତୃଭାଷାରେ ଶିକ୍ଷାଦାନ କରାଯାଉଛି। ଏହିସବୁ ଭାଷା ହେଉଛି ଦେଶିଆ, ଭୂମିଜ, ବିଞ୍ଝାଲ, ଗୋଣ୍ଡି, ହୋ, ସାଦ୍ରି, ଖଡ଼ିଆ, ବଣ୍ଡା, ମୁଣ୍ଡା, କୋୟା, କୁଭି, କୁଇ, ସଉରା, ସାନ୍ତାଳୀ, ଓରାମ୍‌, କିଷାନ ଏବଂ ଜୁଆଙ୍ଗ। ସୂଚନାଯୋଗ୍ୟ, ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଏହି ମାତୃଭାଷା ଭିତ୍ତିକ ପ୍ରାକ୍‌ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଗ୍ରହଣ କରିବାରେ ଓଡ଼ିଶା ଦେଶରେ ପ୍ରଥମ। ଜାତୀୟ ଶିକ୍ଷାନୀତି ୨୦୨୦ରେ ମଧ୍ୟ ଏହି ବହୁଭାଷୀ ପ୍ରାକ୍‌ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଛନ୍ତି, ଫାଉଣ୍ଡେଶନ ଷ୍ଟେଜ୍‌ରେ ନିଜ ମାତୃଭାଷାରେ ପିଲାକୁ ଶିକ୍ଷା ପ୍ରଦାନକଲେ ତା’ର ଆତ୍ମବିଶ୍ୱାସ ବଢ଼ିବ ଏବଂ ଆଗାମୀ ଦିନରେ ପାଠ ପ୍ରତି ତା’ର ଆଗ୍ରହ ବଢ଼ିବା ସହ ସହଜ ମଧ୍ୟ ହେବ। ପିଲାମାନଙ୍କୁ ତାଙ୍କ ନିଜ ପରିବେଶରେ ସେ ଦେଖୁଥିବା ବସ୍ତୁ, ପ୍ରାଣୀ, କିମ୍ବା ବ୍ୟବହୃତ ସାମଗ୍ରୀ ସମ୍ପର୍କିତ ଚିତ୍ର ପ୍ରଦର୍ଶନ ମାଧ୍ୟମରେ ସଚିତ୍ର ପୁସ୍ତକ ପ୍ରକାଶନ ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ରବିବାର ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ସିଭିଲ ଜଜ୍‌ ସିନିୟର୍‌ ଡିଭିଜନ କୋର୍ଟର ମାଜିଷ୍ଟ୍ରେଟ…

ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ଅତିରିକ୍ତ ସଚିବଙ୍କ ଲାଞ୍ଜିଗଡ ଗସ୍ତ, ଜନମନ ଯୋଜନାରେ….

ଲାଞ୍ଜିଗଡ,୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ୍ ଦିନିକିଆ ଗସ୍ତରେ ଆସି ତ୍ରିଲୋଚନପୁର ପଞ୍ଚାୟତର ଦୁର୍ଗମ କୁନ୍ନାକାଡୁ ଗାଁ’କୁ ରବିବାର ଗସ୍ତ କରିଥିଲେ ପଞ୍ଚାୟତରାଜ ଓ…

କୋଲାବ ଜଳଭଣ୍ଡାରରେ ୩ ଜଣ ନବୋଦୟ ଛାତ୍ରଙ୍କ ମୃତ୍ୟୁ ଘଟଣା, ୩ ନିଲମ୍ବିତ

କୋରାପୁଟ, ୮।୩( ଅମିତାଭ ବେହେରା ): କୋରାପୁଟ କୋଲାବ ଜଳଭଣ୍ଡାରରେ ଶନିବାର ନବୋଦୟ ବିଦ୍ୟାଳୟର ତିନି ଛାତ୍ର ବୁଡ଼ି ମୃତ ଘଟଣାରେ ରବିବାର ନବୋଦୟ ସଂସ୍ଥାର ଆଞ୍ଚଳିକ…

କିଏ ସେ ଆକୃତି ଅଗ୍ରଓ୍ବାଲ? ଯାହାଙ୍କ ପ୍ରେମରେ କ୍ଲିନ୍‌ ବୋଲ୍ଡ ହେଲେ ପୃଥ୍ବୀ ଶ’; ନିର୍ବନ୍ଧ ପରେ…

ମୁମ୍ବାଇ,୮।୩: ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ଓପନର୍‌ ପୃଥ୍ବୀ ଶ’ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ନିଜର ଦୀର୍ଘ ଦିନର…

ବସ୍‌କୁ ପିଟିଲା ଯାତ୍ରୀବାହୀ ବସ୍‌: ୩୫ ଆହତ, ୫ ଯାତ୍ରୀ ଗୁରୁତର

ବାହାନଗା,୮।୩(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ଖନ୍ତାପ ନିକଟରେ ରବିବାର ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମର୍ମନ୍ତୁଦ ଦୁର୍ଘଟଣା…

India vs New Zealand:ଫାଇନାଲରେ ଭାରତର ବିଶାଳ ସ୍କୋର, ନ୍ୟୁଜିଲାଣ୍ଡକୁ ଟାର୍ଗେଟ ମିଳିଲା…

ଅହମ୍ମଦାବାଦ,୮।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ୨୦୨୬ର ଫାଇନାଲ ମୁକାବିଲା ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟିମ୍‌ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି…

ଅନ୍ତର୍ଜାତୀୟ ମହିଳା ଦିବସ, ସୁସ୍ଥ ସମାଜ ଗଠନରେ ମହିଳାମାନଙ୍କ ଭୂମିକା ଅନନ୍ୟ

ବରଗଡ଼,୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ବରଗଡ଼ ନେହେରୁ ଏସୋସିଏସନ ମହିଳା ସମିତି ପକ୍ଷରୁ ଅନୁଷ୍ଠିତ…

ରାଷ୍ଟ୍ରପତି ଛିଡ଼ା ହୋଇଥିବା ବେଳେ ଆପଣ କାହିଁକି ବସିଛନ୍ତି?…ଫଟୋ ଦେଖାଇ PM ମୋଦିଙ୍କ ଉପରେ ବର୍ଷିଲେ ମମତା

କୋଲକାତା,୮।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅସମ୍ମାନ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri